କମିଛି ଗ୍ରୀଷ୍ମପ୍ରବାହ, ୧୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

Date:

Share post:

ଭୁବନେଶ୍ୱର, (୧୫/୦୬) : ଆପ୍ର : ଉପକୂଳ ଓଡ଼ିଶାର କିଛି ଜିଲ୍ଲାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଛୁଇଁଥିବାବେଳେ ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ହେଉଛି ।

ଫଳରେ ଉପକୂଳ ଓଡ଼ିଶାର ବହୁ ସ୍ଥାନରେ ଗ୍ରୀଷ୍ମପ୍ରବାହ କମିଛି । ୨୦ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କିନ୍ତୁ ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ସର୍ବୋଚ୍ଚ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ୨୧ ତାରିଖ ବେଳକୁ ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ୨ରୁ ୩ ଡିଗ୍ରୀ କମିପାରେ ।

ଆଜି ରାଜଧାନୀ ଓ ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳରେ ଆଂଶିକ ମେଘୁଆ ପାଗ ସହ ବର୍ଷା ସମ୍ଭାବନା ରହିଛି। କିନ୍ତୁ ବାୟୁମଣ୍ଡଳରେ ଆଦ୍ରତା ଅଧିକ ଯୋଗୁ ଗୁଳୁଗୁଳି ହେଉଛି । ଉପକୂଳରେ ଆଶ୍ବସ୍ତି ମିଳିଥିବାବାେଳେ ପଶ୍ଚିମ ଓଡ଼ିଶାରେ ପାରଦ ଉପରମୁହାଁ ରହିଛି । ଗତ ୨୪ ଘଣ୍ଟାରେ ବୌଦ୍ଧରେ ସର୍ବାଧିକ ୪୩ .୨ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଥିବା ବେଳେ ଭବାନୀପାଟଣାରେ ୪୧ ଡିଗ୍ରୀ, ବଲାଙ୍ଗିରରେ ୪୦. ୬ ଏବଂ ଝାରସୁଗୁଡ଼ାରେ ୪୦. ୪ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ସେହିପରି ଫୁଲବାଣୀରେ ସର୍ବନିମ୍ନ ୨୨. ୫ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।

LEAVE A REPLY

Please enter your comment!
Please enter your name here

spot_img

Related articles

କିଟ୍ ଓ କିସ୍ ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ, ଯୋଗ ହେଉଛି ଆମର ପୁରାତନ ପରମ୍ପରା- ଡ. ଅଚ୍ୟୁତ ସାମନ୍ତ

ଭୁବନେଶ୍ବର, (୨୧/୦୬) : ଆପ୍ର : କିଟ୍ ଓ କିସ୍ ରେ ମଧ୍ୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ । ଚଳିତବର୍ଷର ଥିମ୍ ରହିଛି...

ଏସ୍‌ଟିଇଏମ୍‌ ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ

ଖପ୍ରାଖୋଲ, (୨୧/୦୬) : ବଲାଙ୍ଗିର ଜିଲ୍ଲା ଜୟ ମା’ ପାଟଣେଶ୍ୱରୀ ମହାବିଦ୍ୟାଳୟର ଚଙ୍ଗରିଆ ଖପ୍ରାଖୋଲ ବ୍ଲକ ଠାରେ ଆୟୋଜିତ ଏସ୍‌ଟିଇଏମ୍‌ କାର୍ଯ୍ୟକ୍ରମ ଉଦ୍‌ଯାପନୀ ଉତ୍ସବରେ...

ବରିଷ୍ଠ ନାଗରିକଙ୍କୁ ଭାଜପା ପକ୍ଷରୁ ସମ୍ବର୍ଦ୍ଧନା

ଗୁଣପୁର, (୨୧/୬) : ଆପ୍ର : ରାୟଗଡ଼ା ଜିଲ୍ଲା ଗୁଣପୁର ନଗର ମଣ୍ଡଳ ପକ୍ଷରୁ ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ଠାରେ ଶନିବାର...

ଅନ୍ତର୍ଜାତୀୟ ଯୋଗ ଦିବସ ହେତୁ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ସ୍ଵଛ ଭାରତ ଅଭିଯାନ

ବଲାଙ୍ଗିର, (୨୧/୦୬) : ଆପ୍ର : ଅନ୍ତର୍ଜାତୀୟ ଯୋଗ ଦିବସ ହେତୁ ଆଦ୍ୟ ତାରିଖ ୨୦.୬.୨୦୨୬ ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ...