ସାରା ରାଜ୍ୟକୁ କାଳବୈଶାଖୀ ୱାର୍ଣ୍ଣିଂ ଜାରି, ଆଗାମୀ ଦୁଇ ଦିନରେ ତାପମାତ୍ରାରେ ବଡ଼ ଧରଣର ପରିବର୍ତ୍ତନ

Date:

Share post:

ଭୁବନେଶ୍ୱର, (୧୮/୦୬) : ଆପ୍ର : ସାରା ରାଜ୍ୟକୁ ଜାରି କରାଯାଇଛି କାଳବୈଶାଖୀ ୱାର୍ଣ୍ଣିଂ । ଆଜି ବିଜୁଳି, ଘଡ଼ଘଡ଼ି ପାଇଁ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି ।

ସେହିପରି ବାକି ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କିଛି ଜିଲ୍ଲାରେ ଗରମ ଓ ଗୁଳୁଗୁଳି ଲାଗି ରହିବ । ଆସନ୍ତାକାଲି ହିଟୱେଭ ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ଉଷ୍ଣ ଓ ଆର୍ଦ୍ରତା ପାଇଁ ୧୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୨୧ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାକୁ କାଳବୈଶାଖୀ ଆଶଙ୍କା ରହିଛି । ଆଗାମୀ ଦୁଇ ଦିନରେ ତାପମାତ୍ରାରେ ବଡ଼ ଧରଣର ପରିବର୍ତ୍ତନର ସମ୍ଭାବନା ନାହିଁ । ପରବର୍ତ୍ତୀ ସମୟରେ ଦିନ ତାପମାତ୍ରା ୨ରୁ ୩ ଡିଗ୍ରି ସେଲସିୟସ ଖସିପାରେ । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ତେବେ ମୌସୁମୀ ଅଗ୍ରଗତି ପାଇଁ ପାଗ ଅନୁକୂଳ ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

LEAVE A REPLY

Please enter your comment!
Please enter your name here

spot_img

Related articles

ଅଟୋକୁ ଧକ୍କା ଦେଲା କାର ୩ ଗୁରୁତର ୬ ଆହତ

ଅନୁଗୁଳ, (୧୮/୦୬) : ଆପ୍ର : ଅନୁଗୁଳ ୫୫ ନମ୍ବର ଜାତୀୟ ରାଜପଥରେ ଦୁର୍ଘଟଣା। ଅଟୋକୁ ପିଟିଲା କାର। ଜରପଡା ଥାନା ଅନ୍ତର୍ଗତ ବିମଳବେଡା...

ଲାଞ୍ଚ ନେଉଥିବା ସମୟରେ ଏଏସଆଇ ଓ ହୋମଗାର୍ଡଙ୍କୁ ମାଡିବସିଲା ଭିଜିଲାନ୍ସ

ଭୁବନେଶ୍ଵର, (୧୮/୦୬) : ଆପ୍ର : ଲାଞ୍ଚ ନେଉଥିବା ସମୟରେ ଜଣେ ଏଏସଆଇ ଓ ହୋମଗାର୍ଡଙ୍କୁ ମାଡିବସିଲା ଭିଜିଲାନ୍ସ । ଏଭଳି ଘଟଣା ଘଟିଛି...

ଚିକିତ୍ସା ଅବହେଳାରୁ ନବଜାତ ଶିଶୁ ମୃତ୍ୟୁ ଅଭିଯୋଗ, ଡାକ୍ତରଖାନାରେ ଉତ୍ତେଜନା

ପାଟଣାଗଡ଼, (୧୮/୦୬) : ଆପ୍ର : ଚିକିତ୍ସା ଅବହେଳାରୁ ନବଜାତ ଶିଶୁ ମୃତ୍ୟୁ ଅଭିଯୋଗ । ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଡାକ୍ତରଖାନାରେ ଉତ୍ତେଜନା ଦେଖିବାକୁ...

ରେଲଓ୍ବେ ଚାକିରି କରାଇ ଦେବା ନାଁରେ ୨୦ଲକ୍ଷ ଟଙ୍କା ଠକେଇ ଅଭିଯୋଗ, ବାପ ଝିଅ ଗିରଫ

ଭୁବନେଶ୍ୱର, (୧୮/୦୬) : ଆପ୍ର : ରେଲୱେରେ ଚାକିରି ଦେବା ନାଁରେ ଠକେଇ । ୨୦ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ବାପ ଝିଅ ଗିରଫ...