ବାଇକକୁ ଧକ୍କା ଦେଲା କାର, ୩ ଗୁରୁତର

Date:

Share post:

ଖୋର୍ଦ୍ଧା//ବାଲୁଗାଁ, (୦୫/୦୬) : ଆପ୍ର : ବାଇକକୁ ଧକ୍କା ଦେଲା କାର, ତିନି ଗୁରୁତର । ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ବାଇପାସ ନାଚୁଣୀ ଥାନା ୧୬ ନଂ ଜାତୀୟ ରାଜପଥ ସରଳସିଂହ ଗାଁ ନିକଟ ଛକରେ ଏକ ବାଇକକୁ ଧକା ଦେଲା କାର ।

କାରଟି ଭୁବନେଶ୍ୱରରୁ ଗଞ୍ଜାମ ଅଭିମୁଖେ ଯାଉଥିବା ସମୟରେ ଘଟିଛି ଦୁର୍ଘଟଣା । ବାଇକ ଚାଳକ ସମେତ ବସିଥିବା ଦୁଇ ମହିଳା ଗୁରୁତର ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ପ୍ରଥମେ ବାଲୁଗାଁ ଡାକ୍ତରଖାନା ଓ ପରେ ଅବସ୍ଥା ଗୁରୁତର ହେବାରୁ ସମସ୍ତ ୩ ଆହତଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି । ସେମାନେ ସମସ୍ତେ ସମ୍ପର୍କରେ ସ୍ୱାମୀ, ସ୍ତ୍ରୀ ଓ ଶାଳୀ ବୋଲି ଜଣା ପଡିଛି । ସ୍ଥାନୀୟ ବାସିନ୍ଦା କ୍ଷତି ପୂରଣ ଦାବୀ ନେଇ ଘଟଣା ସ୍ଥଳ ୧୬ ନଂ ଜାତୀୟ ରାଜପଥ ସରଳସିଂହ ଛକରେ ଦୀର୍ଘ ଏକ ଘଣ୍ଟା ଧରି ଉଭୟ ପଟର ରାସ୍ତା ଅବରୋଧ କରିଥିଲେ ସ୍ଥାନୀୟ ଲୋକେ । ନାଚୁଣୀ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବାପରେ ରାସ୍ତା ଅବରୋଧ ହଟିଥିଲା । ସେପଟେ କାର ଡ୍ରାଇଭର ଥାନାରେ ଅଟକ ।

LEAVE A REPLY

Please enter your comment!
Please enter your name here

spot_img

Related articles

ବରଗଡ଼ରେ ସରକାରୀ ବ୍ୟବସ୍ଥାର ବିକଳ ଚିତ୍ର: ମିଳିଲାନି ଶବବାହୀ ଗାଡ଼ି, ବାଧ୍ୟ ହୋଇ ସାଇକେଲରେ ଶବ ବୋହିଲେ ପରିବାର ଲୋକ

ବରଗଡ, (୨୬/୦୬) : ଆପ୍ର : ପଦ୍ମପୁର ଉପଖଣ୍ଡ ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗାଁ'ରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି ।...

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା, ୮ ରାଉଣ୍ଡ ଗୁଳି ମାଡ଼

ବାଲେଶ୍ଵର, (୨୬/୦୬) : ଆପ୍ର : ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା । ଗୋଟିଏ କି ଦୁଇଟି ନୁହେଁ ଆଠଟି ଗୁଳି...

ପୁରୀ ସମୁଦ୍ରରେ ଅଘଟଣ, ବୁଡ଼ିଯାଉଥିବା ବେଳେ ଉଦ୍ଧାର କଲେ ଲାଇଫଗାର୍ଡ

ପୁରୀ, (୨୬/୦୬) : ଆପ୍ର : ବୁଡ଼ିଯାଉଥିବା ବେଳେ ପର୍ଯ୍ୟଟକ ଉଦ୍ଧାର । ପୁରୀ ସମୁଦ୍ରରେ ବୁଡ଼ିଯାଉଥିବା ପର୍ଯ୍ୟଟକଙ୍କୁ ଉଦ୍ଧାର କଲେ ଲାଇଫଗାର୍ଡ । କ୍ୟାମେରାରେ...

ମଣ୍ଡିରୁ ଉଠୁନି ଧାନ, ଚିନ୍ତାରେ ଚାଷୀ

ସୁବର୍ଣ୍ଣପୁର, (୨୬/୦୬) : ଆପ୍ର : ମଣ୍ଡିରେ ପଡ଼ିଛି ଧାନ । ଚିନ୍ତାରେ ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ କଳାପଥର ଅଞ୍ଚଳର ଚାଷୀ । ୧୫ଦିନ...