ଯୋଗକୁ ଜୀବନର ଅଂଶ କରନ୍ତୁ, ଯୋଗ ଦିବସରେ ବାର୍ତ୍ତା ଦେଲେ ମୁ୍ଖ୍ୟମନ୍ତ୍ରୀ

Date:

Share post:

ଭୁବନେଶ୍ବର, (୨୧/୦୬) : ଆପ୍ର : ମାନସିକ ଶାନ୍ତି ପାଇଁ ଯୋଗ । ଯୋଗ କେବଳ ଶରୀରକୁ ସୁସ୍ଥ ରଖେନି ଆତ୍ମାକୁ ସନ୍ତୁଳନ ରଖେ ।

ଅନ୍ତର୍ଜାତୀୟ ଯୋଗ ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି । କଳିଙ୍ଗ ଷ୍ଟାଡିୟମଠାରେ ରାଜ୍ୟସ୍ତରୀୟ ଯୋଗ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ । ଶାରୀରିକ ବ୍ୟାୟାମ ଠାରୁ ଯୋଗ ବହୁ ଉପରେ । ଯୋଗ ହେଉଛି ଜୀବନର ଅଂଶ । ସାରା ବିଶ୍ବରେ ଲୋକପ୍ରିୟତା ଅର୍ଜନ କରିଛି ଯୋଗ । ଏହା ଜୀବନ ବଞ୍ଚିବାର ଏକ କଳା । ଶାରୀରିକ, ବୌଦ୍ଧିକ, ମାନସିକ ବିକାଶ ପାଇଁ ଯୋଗ ନିତ୍ୟାନ୍ତ ଆବଶ୍ୟକ ।

ପୃଥିବୀର ସବୁ ଦେଶରେ ଯୋଗ ଦିବସ ପାଳନ କରାଯାଉଛି । ଦୈନିକ ଯୋଗ ଓ ପ୍ରାଣାୟମକୁ ଜୀବନଶୈଳୀରେ ସାମିଲ କରିବାକୁ ଯୁବପିଢ଼ିଙ୍କୁ ଅପିଲ୍ କରିଛନ୍ତି ମୁଖ୍ୟମନ୍ତ୍ରୀ । ଯୁବପିଢ଼ି ଅଧିକ ମୋବାଇଲ ବ୍ୟବହାର କରୁଛନ୍ତି । ସୋସିଆଲ ମିଡ଼ିଆରେ ଅଧିକ ସମୟ କାଟୁଛନ୍ତି । ମୋବାଇଲ ବ୍ୟବହାର ନକରି ପ୍ରତିଦିନ ୩୦ ମିନିଟ ବ୍ୟାୟାମ କରନ୍ତୁ ବୋଲି ଯୁବପିଢ଼ିଙ୍କୁ ଅପିଲ୍ କରିଛନ୍ତି ମୁଖ୍ୟମନ୍ତ୍ରୀ ।

 

LEAVE A REPLY

Please enter your comment!
Please enter your name here

spot_img

Related articles

କିଟ୍ ଓ କିସ୍ ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ, ଯୋଗ ହେଉଛି ଆମର ପୁରାତନ ପରମ୍ପରା- ଡ. ଅଚ୍ୟୁତ ସାମନ୍ତ

ଭୁବନେଶ୍ବର, (୨୧/୦୬) : ଆପ୍ର : କିଟ୍ ଓ କିସ୍ ରେ ମଧ୍ୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ । ଚଳିତବର୍ଷର ଥିମ୍ ରହିଛି...

ଏସ୍‌ଟିଇଏମ୍‌ ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ

ଖପ୍ରାଖୋଲ, (୨୧/୦୬) : ବଲାଙ୍ଗିର ଜିଲ୍ଲା ଜୟ ମା’ ପାଟଣେଶ୍ୱରୀ ମହାବିଦ୍ୟାଳୟର ଚଙ୍ଗରିଆ ଖପ୍ରାଖୋଲ ବ୍ଲକ ଠାରେ ଆୟୋଜିତ ଏସ୍‌ଟିଇଏମ୍‌ କାର୍ଯ୍ୟକ୍ରମ ଉଦ୍‌ଯାପନୀ ଉତ୍ସବରେ...

ବରିଷ୍ଠ ନାଗରିକଙ୍କୁ ଭାଜପା ପକ୍ଷରୁ ସମ୍ବର୍ଦ୍ଧନା

ଗୁଣପୁର, (୨୧/୬) : ଆପ୍ର : ରାୟଗଡ଼ା ଜିଲ୍ଲା ଗୁଣପୁର ନଗର ମଣ୍ଡଳ ପକ୍ଷରୁ ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ଠାରେ ଶନିବାର...

ଅନ୍ତର୍ଜାତୀୟ ଯୋଗ ଦିବସ ହେତୁ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ସ୍ଵଛ ଭାରତ ଅଭିଯାନ

ବଲାଙ୍ଗିର, (୨୧/୦୬) : ଆପ୍ର : ଅନ୍ତର୍ଜାତୀୟ ଯୋଗ ଦିବସ ହେତୁ ଆଦ୍ୟ ତାରିଖ ୨୦.୬.୨୦୨୬ ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ...