ଜଳେଶ୍ୱର, (୦୮/୦୭) : ଆପ୍ର : ଟ୍ରକକୁ ପଛପଟୁ ପିଟିଲା ଟାଟା ଉଇଙ୍ଗର । ବାଲେଶ୍ବର ଜିଲ୍ଲା ବସ୍ତା ଥାନା ୧୬ ନମ୍ବର ଜାତୀୟ ରାଜପଥର କୁଣ୍ତୁପୁର ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।
ପୁରୀରୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସାରି ପଶ୍ଚିମବଙ୍ଗ ଫେରୁଥିବା ତୀର୍ଥଯାତ୍ରୀମାନଙ୍କୁ ନେଇ ଯାଉଥିବା ଏକ ଟାଟା ଉଇଙ୍ଗର ଗାଡ଼ି ଆଗରେ ଯାଉଥିବା ଏକ ଟ୍ରକକୁ ପଛପଟୁ ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ୧୬ ଜଣ ତୀର୍ଥଯାତ୍ରୀ ଗୁରୁତର ଆହତ ହୋଇଛନ୍ତି । ଖବର ପାଇ ପେଟ୍ରୋଲିଂ ପୋଲିସ, ଅଗ୍ନିଶମ ବାହିନୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରି ହସପିଟାଲରେ ଭର୍ତ୍ତି କରିଥିଲା । ସମସ୍ତ ଆହତଙ୍କୁ ନିକଟସ୍ଥ ହସପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ, ଦୁଇ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ ବାଲେଶ୍ବର ହସପିଟାଲ କୁ ସ୍ଥାନାନ୍ତର କରାଯାଇଛି । ଘଟଣା ପରେ ବସ୍ତା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରିଛି ଏବଂ ଦୁର୍ଘଟଣାର ପ୍ରକୃତ କାରଣ ଜାଣିବା ପାଇଁ ତଦନ୍ତ ଜାରି ରଖିଛି ।

