ଟେବୁଲ ଟପ୍ ଓ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ-୨୦୨୬ ପାଇଁ ପ୍ରସ୍ତୁତି ବୈଠକ: ଜୁନ ୧୮ ଓ ୧୯ ପାଇଁ ସମସ୍ତ ବିଭାଗକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ

Date:

Share post:

ସୁବର୍ଣ୍ଣପୁର, (୧୨/୦୬) : ଆପ୍ର : ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଟେବୁଲ ଟପ୍ ଅଭ୍ୟାସ ଓ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ- ୨୦୨୬ ପାଇଁ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।

ଏହି ବୈଠକରେ ଜିଲ୍ଲାରେ ବିପର୍ଯ୍ୟୟ ମୁକାବିଲା ପାଇଁ ଆସନ୍ତା ଜୁନ ୧୮ ଓ ୧୯ ତାରିଖରେ ହେବାକୁ ଥିବା ଅଭ୍ୟାସ ପାଇଁ ସମସ୍ତ ସମ୍ପୃକ୍ତ ବିଭାଗକୁ ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଏହି ବୈଠକକୁ ଡେପୁଟି କଲେକ୍ଟର (ଜରୁରୀ) ରାଜେଶ ସାହୁ ପରିଚାଳନା କରିଥିବା ବେଳେ ବିଶ୍ୱନାଥ ନାୟକ ଆସନ୍ତା ୧୮ ଓ ୧୯ ତାରିଖରେ ହେବାକୁ ଥିବା ଅଭ୍ୟାସର କାର୍ଯ୍ୟସୂଚୀ ଏବଂ ବିଭିନ୍ନ ବିଭାଗର ଭୂମିକା ସମ୍ପର୍କରେ ଉପସ୍ଥାପନା କରିଥିଲେ । ଉକ୍ତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଅଞ୍ଜଳୀନା ପ୍ରଧାନ ଏବଂ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଅଶ୍ୱିନୀ କୁମାର ମେହେର ଉପସ୍ଥିତ ରହି ସମସ୍ତ ଅଧିକାରୀ ଓ ସେମାନଙ୍କ ପ୍ରତିନିଧିମାନଙ୍କୁ ମଇ ୨୮ ତାରିଖରେ ହୋଇଥିବା କାଳବୈଶାଖୀ ଯୋଗୁଁ ହୋଇଥିବା କ୍ଷୟକ୍ଷତି ଏବଂ ସେଥିରୁ ଆମେ କେଉଁ ଶିକ୍ଷା ଗ୍ରହଣ କରିପାରିବା ସେ ସମ୍ପର୍କରେ ଆଲୋଚନା କରିଥିଲେ ।

ଏଥିସହ ଜିଲ୍ଲାର ସାଧାରଣ ନାଗରିକମାନଙ୍କୁ କିଭଳି ତାଲିମ ପ୍ରଦାନ କରାଯାଇ ବିପର୍ଯ୍ୟୟ ସମୟରେ ସେମାନଙ୍କୁ ସ୍ୱେଚ୍ଛାସେବୀ ଭାବେ ନିୟୋଜିତ କରାଯାଇପାରିବ, ସେ ସମ୍ପର୍କରେ ମଧ୍ୟ ଆଲୋଚନା କରିଥିଲେ । ବ୍ଲକ ସ୍ତରରେ ମଧ୍ୟ ସଠିକ ଭାବରେ ପ୍ରସ୍ତୁତି ବୈଠକ ଆୟୋଜନ କରି ଟେବୁଲ ଟପ୍ ଅଭ୍ୟାସ ଓ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସକୁ କାର୍ଯ୍ୟକାରୀ କରିବା ପାଇଁ ଜିଲ୍ଲାର ବ୍ଲକ ସ୍ତରୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା ।

LEAVE A REPLY

Please enter your comment!
Please enter your name here

spot_img

Related articles

ଉତ୍ତର-ଉପକୂଳ ଛୁଇଁଲା ମୌସୁମି

ଭୁବନେଶ୍ବର, (୧୭/୦୬) : ଆପ୍ର : ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ଉତ୍ତର-ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକୁ ସ୍ପର୍ଶ କରିଥିବା ବେଳେ ଦକ୍ଷିଣ-ପଶ୍ଚିମ ଓଡ଼ିଶାର ୮ଟି ଜିଲ୍ଲାକୁ...

୨୮ରୁ ଓଟିଇଟି

କଟକ, (୧୭/୦୬) : ଆପ୍ର : ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ୨୦୨୬ ବର୍ଷର ଓଡ଼ିଶା ଶିକ୍ଷକ ଯୋଗ୍ୟତା ଟେଷ୍ଟ (ଓଟିଇଟି)...

ରଥଯାତ୍ରା ସଂପର୍କିତ ପ୍ରସ୍ତୁତି ବୈଠକର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର, (୧୭/୦୬) : ଆପ୍ର : ପୁରୀ ରଥଯାତ୍ରା ସଂପର୍କିତ ପ୍ରସ୍ତୁତି ଲାଗି ବିଭିନ୍ନ କାର୍ଯ୍ୟ ଅଗ୍ରଗତି ନେଇ ବୈଠକରେ ମୁଖ୍ୟ ଶାସନ ସଚିବ...

ରାମକୃଷ୍ଣ ନଗରରେ ରଜ ମଉଜ ପାଳିତ

ରାୟଗଡା, (୧୭/୦୬) : ଆପ୍ର : ବିବିଧତା ଭିତରେ ଏକତା, ସ୍ନେହ ଶ୍ରଦ୍ଧା, ଆନ୍ତରିକତା ଓ ଆତ୍ମୀୟତାର ପରିଚୟ ଦେଇଛି ରଜ ପର୍ବ ।...