ଘରୁ ଡାକି ନେଇ ମଦ ପିଆଇ କଲେ ହତ୍ୟା ; ବ୍ରହ୍ମଗିରି ଥାନାରେ ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ

Date:

Share post:

ବ୍ରହ୍ମଗିରି, (୧୭/୦୬) : ଆପ୍ର : ମଦ ପିଆଇ ପିଆଇ ମାରିଦେଲେ । ବ୍ରହ୍ମଗିରି ଥାନା ବେଣ୍ଟପୁର ହରିଜନ ସାହିରେ ମୃତଦେହ ଉଦ୍ଧାର । ମୃତକ ହେଲେ ଛଇଲ ଗୋଛାୟତ ।

ବ୍ରହ୍ମଗିରି ଥାନାରେ ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ । ମୃତକଙ୍କ ପୁଅ ଚନ୍ଦନ ଗୋଛାୟତ ବ୍ରହ୍ମଗିରି ଥାନାରେ ଏନେଇ ଅଭିଯୋଗ ଦାଖଲ କରିଛନ୍ତି । ତାଙ୍କ ଅଭିଯୋଗ ଅନୁସାରେ, ଗତକାଲି ରାତିରେ ଉକ୍ତ ଗାଁ’ର ଦୁଇଜଣ ବ୍ୟକ୍ତି ଛଇଲ ଗୋଛାୟତଙ୍କୁ ଘରୁ ଡାକି ନେଇଥିଲେ। ପରେ ତାଙ୍କୁ ଅତ୍ୟଧିକ ମଦ୍ୟପାନ କରାଇ ରାତିରେ ଘର ନିକଟରେ ଆଣି ଛାଡ଼ି ପଳାଇଥିଲେ । ସକାଳୁ ପଡ଼ୋଶୀଙ୍କ ବାରଣ୍ଡାରେ ଛଇଲଙ୍କ ମୃତଦେହ ପଡିଥିବା ଦେଖିବାକୁ ପାଇଥିଲେ ମୃତକଙ୍କ ପୁଅ ।

ଏହାପରେ ପରିବାର ଲୋକେ ଏହାକୁ ଏକ ଯୋଜନାବଦ୍ଧ ହତ୍ୟାକାଣ୍ଡ ବୋଲି ଦାବି କରିଛନ୍ତି । ଘଟଣାର ଖବର ପାଇ ବ୍ରହ୍ମଗିରି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଯାଇଥିବା ବେଳେ, ମୃତ୍ୟୁର ପ୍ରକୃତ କାରଣ ଜାଣିବା ପାଇଁ ପୋଲିସ୍ ସବୁ ଦିଗରୁ ତଦନ୍ତ କରୁଛି । ତେବେ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ରହସ୍ୟ ଉପରୁ ପରଦା ହଟିବ ବୋଲି ଅନୁମାନ କରାଯାଉଛି ।

 

LEAVE A REPLY

Please enter your comment!
Please enter your name here

spot_img

Related articles

ଉତ୍ତର-ଉପକୂଳ ଛୁଇଁଲା ମୌସୁମି

ଭୁବନେଶ୍ବର, (୧୭/୦୬) : ଆପ୍ର : ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ଉତ୍ତର-ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକୁ ସ୍ପର୍ଶ କରିଥିବା ବେଳେ ଦକ୍ଷିଣ-ପଶ୍ଚିମ ଓଡ଼ିଶାର ୮ଟି ଜିଲ୍ଲାକୁ...

୨୮ରୁ ଓଟିଇଟି

କଟକ, (୧୭/୦୬) : ଆପ୍ର : ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ୨୦୨୬ ବର୍ଷର ଓଡ଼ିଶା ଶିକ୍ଷକ ଯୋଗ୍ୟତା ଟେଷ୍ଟ (ଓଟିଇଟି)...

ରଥଯାତ୍ରା ସଂପର୍କିତ ପ୍ରସ୍ତୁତି ବୈଠକର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର, (୧୭/୦୬) : ଆପ୍ର : ପୁରୀ ରଥଯାତ୍ରା ସଂପର୍କିତ ପ୍ରସ୍ତୁତି ଲାଗି ବିଭିନ୍ନ କାର୍ଯ୍ୟ ଅଗ୍ରଗତି ନେଇ ବୈଠକରେ ମୁଖ୍ୟ ଶାସନ ସଚିବ...

ରାମକୃଷ୍ଣ ନଗରରେ ରଜ ମଉଜ ପାଳିତ

ରାୟଗଡା, (୧୭/୦୬) : ଆପ୍ର : ବିବିଧତା ଭିତରେ ଏକତା, ସ୍ନେହ ଶ୍ରଦ୍ଧା, ଆନ୍ତରିକତା ଓ ଆତ୍ମୀୟତାର ପରିଚୟ ଦେଇଛି ରଜ ପର୍ବ ।...