ରଜ ପୂର୍ବରୁ ଓଡ଼ିଶା ଛୁଇଁବ ମୌସୁମୀ ବାୟୁ, ଝଡ଼ବର୍ଷା ନେଇ ଆଜି ୧୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

Date:

Share post:

ଭୁବନେଶ୍ୱର, (୦୮/୦୬) : ଆପ୍ର : ରଜ ପୂର୍ବରୁ ଓଡ଼ିଶା ଛୁଇଁବ ମୌସୁମୀ ବାୟୁ । ୨ ରୁ ୩ ଦିନ ଭିତରେ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳକୁ ମୌସୁମୀ ଛୁଇଁବ ନେଇ ଆଗୁଆ ଅକଳନ କରିଛି ପାଣିପାଗ ବିଭାଗ ।

ମୌସୁମୀ ଏବେ ମହାରାଷ୍ଟ୍ର, କର୍ଣ୍ଣାଟକ, ଆନ୍ଧ୍ରପ୍ରଦେଶ ଏବଂ ତେଲେଙ୍ଗାନାର କିଛି ଅଞ୍ଚଳକୁ ଆଜି ପ୍ରବେଶ କରିଛି । ଅନ୍ୟପଟେ ମୌସୁମୀ ପୂର୍ବରୁ ବଡ଼ ବର୍ଷା । ଆସୁଛି କାଳବୈଶାଖୀ । ୧୪ ତାରିଖ ଯାଏ ପୁରା ରାଜ୍ୟକୁ ୱାର୍ଣ୍ଣିଂ । ୧୦ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା ଅଛି । ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ନେଇ ଆଜି ୧୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବାକି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି କାଲି ଏବଂ ୧୦ ତାରିଖ ପାଇଁ ୧୧ ଜିଲ୍ଲାକୁ ଅରେଞ୍ଜ ଏବଂ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୪ ତାରିଖ ପର୍ଯ୍ୟନ୍ତ ପୁରା ରାଜ୍ୟରେ ରହିବ କାଳବୈଶାଖୀ ପ୍ରଭାବ ।

LEAVE A REPLY

Please enter your comment!
Please enter your name here

spot_img

Related articles

ହୋଟେଲକୁ ନେଇ ଯୁବତୀଙ୍କ ସହ ଦୁଷ୍କର୍ମ, ପୁରୁଷ ବନ୍ଧୁ ଅଟକ

ଭୁବନେଶ୍ୱର, (୦୮/୦୬) : ଆପ୍ର : ରାଜଧାନୀ ଭୁବନେଶ୍ୱରରେ ଲଜ୍ଜା । ଧୋକା ଦେଇ ଦେଲା ପୁରୁଷ ବନ୍ଧୁ । ସମୟ ବିତାଇବା ଆଳରେ...

ବ୍ରାହ୍ମଣୀରେ ଅଘଟଣ; ଗାଧୋଇବା ବେଳେ ଭାସିଗଲେ ୩ ସାଙ୍ଗ, ଜଣେ ମୃତ, ୨ ନିଖୋଜ

ଅନୁଗୁଳ, (୦୮/୦୬) : ଆପ୍ର : ଅନୁଗୁଳ ଜିଲ୍ଲା ତାଳଚେରରେ ସୋମବାର ଏକ ହୃଦୟବିଦାରକ ଅଘଟଣ ଘଟିଛି । ବ୍ରାହ୍ମଣୀ ନଦୀରେ ଗାଧୋଇବା ବେଳେ...

ବାଇକକୁ ଧକ୍କାଦେଲା ଟ୍ରକ, ବାପ ଝିଅ ମୃତ

ସୋର, (୦୮/୦୬) : ଆପ୍ର : ମର୍ମନ୍ତୁଦ ଦୁର୍ଘଟଣା । ବାଇକକୁ ଧକ୍କାଦେଲା ଟ୍ରକ, ବାପ ଝିଅ ମୃତ । ବାଲେଶ୍ବର ଜିଲ୍ଲା ସୋର...

ଶିକ୍ଷକଙ୍କୁ ମାରଣାସ୍ତ୍ରରେ ଆକ୍ରମଣ, ଦୁର୍ବୃତ୍ତ ଫେରାର

ପଦ୍ମପୁର, (୦୮/୦୬) : ଆପ୍ର : ଶିକ୍ଷକଙ୍କୁ ମାରଣାସ୍ତ୍ରରେ ଆକ୍ରମଣ । ମେଲଛାମୁଣ୍ଡା ଥାନା ଅର୍ନ୍ତଗତ ଘେଁସ ଠାରେ ରାଜରାସ୍ତା ଜନଗହଳିପୂର୍ଣ୍ଣ ସ୍ଥାନରେ ଜଣେ...