ରାଜଧାନୀରେ ଲଜ୍ଜା, ହୋଟେଲ ଭିତରେ ମହିଳା ଅତିଥିଙ୍କୁ ଦୁଷ୍କର୍ମ ଉଦ୍ୟମ

Date:

Share post:

ଭୁବନେଶ୍ୱର, (୨୭/୦୬) : ଆପ୍ର : ରାଜଧାନୀରେ ଲଜ୍ଜା । ମହିଳା ଅତିଥିଙ୍କୁ ଦୁଷ୍କର୍ମ ଉଦ୍ୟମ । ହୋଟେଲ ଭିତରେ ଜଣେ ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗ ହୋଇଛି ।

ବନ୍ଧା ହେଲା ହୋଟେଲ ମ୍ୟାନେଜର । ରାଜ୍ୟ ବାହାରର ଜଣେ ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ କରି ବନ୍ଧା ହେଲା ହୋଟେଲ ମ୍ୟାନେଜର ଜୟନ୍ତ କୁମାର ନାୟକ । ଗିରଫ କଲା କମିଶନରେଟ୍ ପୋଲିସ୍ । ଭରତପୁର ଥାନା ଅଞ୍ଚଳରେ ଘଟିଛି ଏହି ଘଟଣା । ଜିଏ କଲୋନିରେ ଥିବା ଏକ ହୋଟେଲରେ ଦୁଷ୍କର୍ମ ଉଦ୍ୟମ ହୋଇଥିଲା । ବେଙ୍ଗଲରୁ ଆସିଥିବା ଜଣେ ମହିଳା ଗ୍ରାହାକ ଅସୁସ୍ଥ ଥିବା ନେଇ ରିସେପ୍ସନକୁ ଫୋନ୍ ଆସିଥାଲା । ଏହି ସୁଯୋଗରେ ଗେଷ୍ଟ ରୁମରେ ପହଂଚିଥିଲେ ମ୍ୟାନେଜର । ଏକୁଟିଆ ଦେଖି ତାଙ୍କ ସହ ଦୁଷ୍କର୍ମ ଉଦ୍ୟମ କରିଥିଲେ। ମହିଳା ଜଣଙ୍କ ପୋଲିସକୁ ଫୋନ୍ କରି ସୂଚନା ଦେଇଥିଲେ । ଘଟଣା ଘଟାଇ ହୋଟେଲରୁ ଫେରାର ହୋଇଯାଇଥିଲା ଅଭିଯୁକ୍ତ ମ୍ୟାନେଜର । ବିଭିନ୍ନ ସ୍ଥାନରେ ଚଢ଼ଉ କରି ଗିରଫ କରିଛି ପୋଲିସ ।

LEAVE A REPLY

Please enter your comment!
Please enter your name here

spot_img

Related articles

ବିଳମ୍ବରେ ଆରମ୍ଭ ଉଦ୍ୟମୀ ଓଡ଼ିଶା କାର୍ଯ୍ୟକ୍ରମ

ରାୟଗଡା, (୨୭/୦୬) : ଆପ୍ର : ରାୟଗଡା ଜି.ସି.ଡି ଖେଳ ପଡିଆ ଠାରେ ଚଳିତ ମାସ ୨୭ ତାରିଖ ଠାରୁ ଆରମ୍ଭ ହୋଇ ଜୁଲାଇ...

ମହାପ୍ରଭୁଙ୍କ ସ୍ନାନଯାତ୍ରା ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ହାଇ-ଟେକ୍ ନଜର ଏବଂ ଡିଜିଟାଲ୍ ସର୍ଭେଲାନ୍ସ ରହିବ ଶ୍ରୀକ୍ଷେତ୍ର

ପୁରୀ, (୨୭/୦୬) : ଆପ୍ର : ମହାପ୍ରଭୁଙ୍କ ସ୍ନାନଯାତ୍ରା ପାଇଁ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି । ଜୁନ୍ ୨୯ରେ ଅନୁଷ୍ଠିତ ହେବାକୁ...

ଆଜିଠାରୁ ୫ ଦିନ ଅସ୍ଥିର ରହିବ ପାଗ; ବଜ୍ରପାତ ଓ ପ୍ରବଳ ବର୍ଷା ନେଇ IMDର ପୂର୍ବାନୁମାନ

ଭୁବନେଶ୍ୱର, (୨୭/୦୬) : ଆପ୍ର : ଆସନ୍ତା ୫ ଦିନ ରାଜ୍ୟରେ ପାଗ ବଦଳିବ। ବର୍ଷା ସହ ବଜ୍ରପାତ ଓ ଘଣ୍ଟାପ୍ରତି ୪୦ରୁ ୫୦...

ପାଠ୍ୟପୁସ୍ତକରେ ତ୍ରୁଟି, ତଦନ୍ତ ରିପୋର୍ଟ ପରେ ଆକ୍ସନ୍ ମୋଡରେ ସରକାର; ନିଲମ୍ବିତ ହେଲେ ୪ ଅଧିକାରୀ

ଭୁବନେଶ୍ୱର, (୨୭/୦୬) : ଆପ୍ର : ରାଜ୍ୟର ସ୍କୁଲ ପାଠ୍ୟପୁସ୍ତକରେ ମିଳିଥିବା ତ୍ରୁଟିକୁ ନେଇ ସରକାର ନେଇଛନ୍ତି କଡ଼ା ପଦକ୍ଷେପ । ମୁଖ୍ୟମନ୍ତ୍ରୀ ମୋହନ...