Homelocalସାତ ଦିନ ପ୍ରବଳ ଛେଚିବ, ଜାରି ହେଲା ଅରେଞ୍ଜ ୱାର୍ଣ୍ଣିଂ

ସାତ ଦିନ ପ୍ରବଳ ଛେଚିବ, ଜାରି ହେଲା ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ବର, (୨୬/୦୮) : ଆପ୍ର : ସାତ ଦିନ ପ୍ରବଳ ବର୍ଷା । ୧ ତାରିଖ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ । ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି

୨୮ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ପରବର୍ତ୍ତୀ ସମୟରେ ଏହି ଘୂର୍ଣ୍ଣିବଳୟ ଆହୁରି ଘନିଭୂତ ହେବାର ସମ୍ଭାବନା ରହିଛି । ଅଗଷ୍ଟ ୨୯ କିମ୍ବା ୩୦ ତାରିଖ ବେଳକୁ ଏହା ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ । ଏହାପୂର୍ବରୁ ରାଜ୍ୟରେ ଦେଖାଦେଇପାରେ ଏହାର ପ୍ରଭାବ ।

ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ପବନ ସମ୍ଭାବନା ରହିଛି । ଆଜି ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ତେବେ ୨୯ ତାରିଖଠୁ ରାଜ୍ୟରେ ଅତିପ୍ରବଳ ବର୍ଷା ସମ୍ଭାବନା । ଏନେଇ ମୟୂରଭଞ୍ଜ, କେନ୍ଦୁଝର ଏବଂ ଅନୁଗୋଳକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ୧ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାକୁ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments