Homelocalସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୩୧ଟି ଦରଖାସ୍ତ ଗ୍ରହଣ

ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୩୧ଟି ଦରଖାସ୍ତ ଗ୍ରହଣ

ସୁବର୍ଣ୍ଣପୁର, (୦୭/୦୯) : ଆପ୍ର : ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି ।WhatsApp Image 2026 09 07 at 16.33.51

ଏହି ଶିବିରରେ ଭାରପ୍ରାପ୍ତ ଜିଲ୍ଲାପାଳ ତଥା ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ରାଜେନ୍ଦ୍ର ମାଝୀ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ । ସର୍ବମୋଟ ୩୧ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିଲା, ସେଥିମଧ୍ୟରୁ ୧୮ ବ୍ୟକ୍ତିଗତ ଏବଂ ୧୩ଟି ସାମୂହିକ ଦରଖାସ୍ତ ଥିଲା । ସମସ୍ତ ଦରଖାସ୍ତଗୁଡ଼ିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କ ନିକଟକୁ ପ୍ରେରଣ କରାଯାଇଛି ।WhatsApp Image 2026 09 07 at 16.33.49

ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ସାଧାରଣ ଅଞ୍ଜଳିନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ଅଶ୍ୱିନୀ ମେହେର , ସୋନପୁର ଉପ ଜିଲ୍ଲାପାଳ ଡ.ସୌମ୍ୟରୂପା ରଥ, ସୋନପୁର ତହସିଲଦାର ଜି ରଶ୍ମିରେଖା, ସୋନପୁର ବିଡିଓ ପ୍ରତୀକ କର, ସହାୟକ ଜିଲ୍ଲାପାଳ ଅଭିଯୋଗ ଶାଖା ପ୍ରିୟଦର୍ଶିନୀ ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ତାଙ୍କର ବ୍ଲକ ପ୍ରତିନିଧିମାନେ ମଧ୍ୟ ଉପସ୍ଥିତ ଥିଲେ ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments