Homelocalଉଲୁଣ୍ଡା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୭ଟି ଦରଖାସ୍ତ ଗ୍ରହଣ

ଉଲୁଣ୍ଡା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୭ଟି ଦରଖାସ୍ତ ଗ୍ରହଣ

ସୁବର୍ଣ୍ଣପୁର, (୨୬/୧୦) : ଆପ୍ର : ସୁବର୍ଣ୍ଣପୁର ଜିଲ୍ଲାର ଉଲୁଣ୍ଡା ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି ।

ଏହି ଶିବିରରେ ଜିଲ୍ଲାପାଳ ଦେବାଶିଷ ସିଂ ଓ ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ। ସର୍ବମୋଟ ୫୭ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିଲା, ସେଥିମଧ୍ୟରୁ ୪୯ଟି ବ୍ୟକ୍ତିଗତ ଏବଂ ୦୮ଟି ସାମୂହିକ ଦରଖାସ୍ତ ଥିଲା । ଏଥିମଧ୍ୟରୁ ୫ଟି ଅଭିଯୋଗର ଜନଶୁଣାଣୀ ସ୍ଥଳରେ ସମାଧାନ କରାଯାଇଥିଲା । ବାକି ଦରଖାସ୍ତଗୁଡ଼ିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କ ନିକଟକୁ ପ୍ରେରଣ କରାଯାଇଛି । ଏହି ଅବସରରେ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଅଞ୍ଜଳୀନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦ ନିର୍ବାହୀ ନିର୍ବାହୀ ଅଧିକାରୀ ଅଶ୍ୱିନୀ ମେହେର, ବୀରମହାରାଜପୁର ଉପ ଜିଲ୍ଲାପାଳ ସୁରେନ୍ଦ୍ର ମେହେର, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ. ଉଷାରାଣୀ ଦାସ, ଉଲୁଣ୍ଡା ବିଡିଓ ଦିଲ୍ଲୀପ ବାଡା ପ୍ରମୁଖ ମଞ୍ଚାସୀନ ଥିଲେ । ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ତାଙ୍କର ବ୍ଲକ ପ୍ରତିନିଧିମାନେ ଉପସ୍ଥିତ ଥିଲେ ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments