ଯୁବତୀଙ୍କୁ ନିଆଁ ଲଗାଇ ହତ୍ୟା ଉଦ୍ୟମ, ଏକତରଫା ପ୍ରେମରୁ ନୃଶଂସ କାଣ୍ଡ

Date:

Share post:

ରାଉରକେଲା, (୨୮/୦୬) : ଆପ୍ର : ଯୁବତୀଙ୍କୁ ନିଆଁ ଲଗାଇ ହତ୍ୟା ଉଦ୍ୟମ । ଏକତରଫା ପ୍ରେମ ବ୍ୟାପାରକୁ କେନ୍ଦ୍ର କରି ଯୁବତୀଙ୍କ ଘରେ ନିଆଁ ଲଗାଇଲା ପ୍ରେମିକ ।

ରାଉରକେଲା ବିଶ୍ରା ଥାନା ସନ୍ତୋଷପୁର ପଞ୍ଚାୟତ ଜାରାଟୋଲା ଗାଁ’ରେ ନୃଶଂସ କାଣ୍ଡ । କିଞ୍ଜିରକେଲାର ରଜତ କିରୋ ଜାରାଟୋଲା ଗାଁର ଅଞ୍ଜୁଙ୍କୁ ଏକତରଫା ପ୍ରେମ କରୁଥିଲେ । ବିଭିନ୍ନ ସମୟରେ ଅଞ୍ଜୁଙ୍କ ସହ କଥା ହେବାକୁ ଚେଷ୍ଟା କରୁଥିଲା ରଜତ । କିନ୍ତୁ ଅଞ୍ଜୁ ରଜତ ସହ କଥାବାର୍ତ୍ତା କରୁନଥିଲା । ଏଥିରେ ଉତକ୍ଷିପ୍ତ ହୋଇ ଗତକାଲି ରାତି ପ୍ରାୟ ସାଢ଼େ ଏଗାରଟା ସମୟରେ ଅଞ୍ଜୁଙ୍କ ଘର ନିକଟକୁ ଆସିଥିଲା ରଜତ । ଘରଲୋକ ଶୋଇଥିବା ଅବସ୍ଥାରେ ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଦେଇଥିଲା ରଜତ । ଏଥିରେ ସମ୍ପୂର୍ଣ୍ଣ ଘର ଜିଯାଇଥିବା ବେଳେ ଆହତ ଅଞ୍ଜୁଙ୍କୁ ଉଦ୍ଧାର କରି ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ରାଉରକେଲାର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏନେଇ ବିଶ୍ରା ଥାନାରେ ହତ୍ୟା ଉଦ୍ୟମ ଅଭିଯୋଗ କରିଛନ୍ତି ପରିବାର । ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି । ଅଭିଯୁକ୍ତ ଫେରାର ରହିଥିବା ବେଳେ ଗିରଫ ପାଇଁ ପଦକ୍ଷେପ ଆରମ୍ଭ କରିଛି ପୋଲିସ ।

LEAVE A REPLY

Please enter your comment!
Please enter your name here

spot_img

Related articles

ବଲାଙ୍ଗିରରେ ‘ଉଦ୍ୟମୀ ଓଡ଼ିଶା ଏମ୍‌ଏସ୍‌ଏମ୍‌ଇ କାର୍ଯ୍ୟକ୍ରମ-୨୦୨୬’ ଉଦ୍‌ଘାଟିତ

ବଲାଙ୍ଗିର, (୨୮/୦୬) : ଆପ୍ର : ବଲାଙ୍ଗିର ଜିଲ୍ଲାକୁ ଶିଳ୍ପ ସମୃଦ୍ଧ ଓ ସ୍ଥାନୀୟ ଯୁବପିଢ଼ିଙ୍କୁ ସ୍ୱାବଲମ୍ବୀ କରିବା ଦିଗରେ ଏକ ମହତ୍ତ୍ୱପୂର୍ଣ୍ଣ ପଦକ୍ଷେପ...

ଭାତହାଣ୍ଡି ବରଗଡ଼ରେ ଚାଷୀଙ୍କ ସମସ୍ୟା ଥମିବାର ନାଁ ନେଉନି

ବରଗଡ, (୨୮/୦୬) : ଆପ୍ର : ଓଡ଼ିଶାର ଭାତହାଣ୍ଡି ବରଗଡ଼ରେ ଚାଷୀଙ୍କ ସମସ୍ୟା ଥମିବାର ନାଁ ନେଉନି । ଧାନ କ୍ରୟରେ ବିଳମ୍ବ, ଟୋକନ...

କଫ ସିରପ୍‌ ବିକୁଥିବା ବେଳେ ବଲାଙ୍ଗିର ଟାଉନ ପୋଲିସ ହାତରେ ଧରାପଡ଼ିଲା ଯୁବକ

ବଲାଙ୍ଗିର, (୨୮/୦୬) : ଆପ୍ର : ଅଭିଯୁକ୍ତ କଫ ସିରପ୍‌ ବିକୁଥିଲା । ବଲାଙ୍ଗିର ଟାଉନ ଥାନା ପୋଲିସ ହାତରେ ଧରା ପଡ଼ିଲା ଅଭିଯୁକ୍ତ...

ଚାଲି ଚାଲି ଯାଉଥିଲେ ପିଟି ଦେଲା ବାଇକ୍, ଚାଲିଗଲା ଜୀବନ

ଗଜପତି, (୨୮/୦୬) : ଆପ୍ର : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଷ୍ଟାଡିୟମ ନିକଟସ୍ତ ଇଣ୍ଡିଆନ ପେଟ୍ରୋଲ ବଙ୍କ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ...