Homebreaking newsବିଡିଓଙ୍କ ଅଧ୍ୟକ୍ଷତାରେ ସ୍ୱାଧୀନତା ଦିବସ ପ୍ରସ୍ତୁତି ବୈଠକ, ଛାତ୍ରଛାତ୍ରୀଙ୍କ ପ୍ରତିଯୋଗିତା ହେବ

ବିଡିଓଙ୍କ ଅଧ୍ୟକ୍ଷତାରେ ସ୍ୱାଧୀନତା ଦିବସ ପ୍ରସ୍ତୁତି ବୈଠକ, ଛାତ୍ରଛାତ୍ରୀଙ୍କ ପ୍ରତିଯୋଗିତା ହେବ

ମୁରିବାହାଲ, ତା ୭।୮।୨୬:ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ବ୍ଲକ ସଭାଗୃହରେ ଶୁକ୍ରବାର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଜାତୀୟ ଦିବସ ପାଳନ କମିଟିର ସଭାପତି ତଥା ବିଡିଓ ବାସନ୍ତୀ ସେଠୀଙ୍କ ସଭାପତିତ୍ୱରେ ଏବଂ ବିଏସ୍‌ଏସ୍‌ଓ ରିଙ୍କୁ ମେହେରଙ୍କ ସଂଯୋଜନାରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା।

ବୈଠକରେ ସ୍ୱାଧୀନତା ଦିବସକୁ ମହାଆଡମ୍ବର ସହକାରେ ପାଳନ କରିବା ନେଇ ବିସ୍ତୃତ ଆଲୋଚନା କରାଯାଇଥିଲା। ଅର୍ଥ କମିଟି, ପ୍ରତିଯୋଗିତା କମିଟି, ପଡିଆ ସାଜସଜ୍ଜା କମିଟି ଓ ସାଂସ୍କୃତିକ କମିଟି ଗଠନ କରାଯିବା ସହ ପ୍ରାଥମିକ ଠାରୁ ମହାବିଦ୍ୟାଳୟ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯିବାକୁ ନିଷ୍ପତ୍ତି ନିଆଯାଇଥିଲା।

ସ୍ୱାଧୀନତା ଦିବସ ଦିନ ସକାଳୁ ପ୍ରଭାତ ଫେରି, ରାମଧୁନ ଗାନ ଏବଂ ନିଜ ନିଜ କାର୍ଯ୍ୟାଳୟରେ ଜାତୀୟ ପତାକା ଉତ୍ତୋଳନ ପରେ ପଞ୍ଚାୟତି ହାଇସ୍କୁଲ ଖେଳ ପଡିଆରେ ବ୍ଲକସ୍ତରୀୟ ମୁଖ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥିରେ ଅତିଥିମାନେ ସମବେତ ପ୍ୟାରେଡର ଅଭିବାଦନ ଗ୍ରହଣ କରିବେ। ପରେ ପୂର୍ବରୁ ଅନୁଷ୍ଠିତ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯିବା ସହ ଦଳୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ।

ଏହି ବୈଠକରେ କମିଟି ଅଧ୍ୟକ୍ଷ ତଥା ବ୍ଲକ ଅଧ୍ୟକ୍ଷ ହରିବନ୍ଧୁ ମେହେର, ସାଧାରଣ ସମ୍ପାଦକ ସାଂସଦ ପ୍ରତିନିଧି ଶ୍ରୀବତ୍ସ ବେହେରା, ସମ୍ପାଦକ ଅଗସ୍ତି ବଘାର, କୋଷାଧ୍ୟକ୍ଷ ରିଙ୍କୁ ମେହେର, ଏଇଇ ଅବିନାଶ ମୁଦି, ଜିପିଡିଓ ପ୍ରସନ୍ନ କୁମାର ନାଗ, ବିଧାୟକ ପ୍ରତିନିଧି ଗଙ୍ଗାଧର ହେର୍ଣ୍ଣା, ଏବିଇଓ କୋଦଣ୍ଡ ଧର ଭୋଇ ପ୍ରମୁଖଙ୍କ ସମେତ ବ୍ଲକର ବିଭିନ୍ନ ବିଭାଗୀୟ ଅଧିକାରୀ ଓ ସ୍ୱେଚ୍ଛାସେବୀ ସଂଗଠନର କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ।
କାର୍ଯ୍ୟକ୍ରମ ଶେଷରେ ବିଏସ୍‌ଏସ୍‌ଓ ଶ୍ରୀ ମେହେର ଧନ୍ୟବାଦ ଅର୍ପଣ କରିଥିଲେ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments