ହାଇୱା ଧକ୍କାରେ ଯୁବକଙ୍କ ମୃତ୍ୟୁ, ରସ୍ତା ଉପରେ ଶହ ଶହ ଗ୍ରାମବାସୀଙ୍କ ଧାରଣା

Date:

Share post:

କଟକ // ବାଙ୍କି, (୩୧/୦୫) : ଆପ୍ର : ହାଇୱା ଧକ୍କାରେ ଯୁବକଙ୍କ ମୃତ୍ୟୁ । ରସ୍ତା ଉପରେ ଶହ ଶହ ଗ୍ରାମବାସୀ ଙ୍କ ଧାରଣା ।

ଗତ କାଲି ରାତି ୯ଟା ସମୟରେ ବାଙ୍କୀ ବୈଦେଶ୍ୱର ଥାନା ଅନ୍ତର୍ଗତ ଖଳିପଲ୍ଲୀ ଗାଆଁ ନିକଟରେ ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ୍ୟୁର ଖବର ପ୍ରଚାରିତ ହେବା ମାତ୍ରେ ଶହ ଶହ ଲୋକ ରାସ୍ତା ଉପରେ ଧାରଣାରେ ବସି ରହିଛନ୍ତି। ଦୀର୍ଘ ୧୦ ଘଣ୍ଟାରୁ ଅଧିକ ସମୟ ବିତି ଯାଇଥିଲେ ବି କୌଣସି ସମାଧାନ ହୋଇ ନ ଥିବା ରୁ ଲୋକେ ରାସ୍ତା ଉପରେ ଧାରଣାରେ ବସି ରହିଛନ୍ତି । ଘଟଣା ସ୍ଥଳରେ ବାଙ୍କୀ, ବୈଦେଶ୍ୱର ପୋଲିସ ପହଞ୍ଚି ଧାରଣାରତ ଗ୍ରାମବାସୀଙ୍କୁ ବୁଝାସୁଝା କରୁଛନ୍ତି । ରାସ୍ତାରେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି। ଫଳରେ ବୈଦେଶ୍ୱର କଳାପଥର ରାସ୍ତାରେ ଗାଡି ଚଳାଚଳ ବନ୍ଦ ରହିଛି । ରାସ୍ତାର ଦୁଇ ପାର୍ଶ୍ବରେ ଗାଡ଼ି ଅଟକି ରହିଛି।

 

LEAVE A REPLY

Please enter your comment!
Please enter your name here

spot_img

Related articles

କିଟ୍ ଓ କିସ୍ ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ, ଯୋଗ ହେଉଛି ଆମର ପୁରାତନ ପରମ୍ପରା- ଡ. ଅଚ୍ୟୁତ ସାମନ୍ତ

ଭୁବନେଶ୍ବର, (୨୧/୦୬) : ଆପ୍ର : କିଟ୍ ଓ କିସ୍ ରେ ମଧ୍ୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ । ଚଳିତବର୍ଷର ଥିମ୍ ରହିଛି...

ଏସ୍‌ଟିଇଏମ୍‌ ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ

ଖପ୍ରାଖୋଲ, (୨୧/୦୬) : ବଲାଙ୍ଗିର ଜିଲ୍ଲା ଜୟ ମା’ ପାଟଣେଶ୍ୱରୀ ମହାବିଦ୍ୟାଳୟର ଚଙ୍ଗରିଆ ଖପ୍ରାଖୋଲ ବ୍ଲକ ଠାରେ ଆୟୋଜିତ ଏସ୍‌ଟିଇଏମ୍‌ କାର୍ଯ୍ୟକ୍ରମ ଉଦ୍‌ଯାପନୀ ଉତ୍ସବରେ...

ବରିଷ୍ଠ ନାଗରିକଙ୍କୁ ଭାଜପା ପକ୍ଷରୁ ସମ୍ବର୍ଦ୍ଧନା

ଗୁଣପୁର, (୨୧/୬) : ଆପ୍ର : ରାୟଗଡ଼ା ଜିଲ୍ଲା ଗୁଣପୁର ନଗର ମଣ୍ଡଳ ପକ୍ଷରୁ ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ଠାରେ ଶନିବାର...

ଅନ୍ତର୍ଜାତୀୟ ଯୋଗ ଦିବସ ହେତୁ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ସ୍ଵଛ ଭାରତ ଅଭିଯାନ

ବଲାଙ୍ଗିର, (୨୧/୦୬) : ଆପ୍ର : ଅନ୍ତର୍ଜାତୀୟ ଯୋଗ ଦିବସ ହେତୁ ଆଦ୍ୟ ତାରିଖ ୨୦.୬.୨୦୨୬ ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ...