ଆଦିବାସୀ ଜାତି କୁ ଘୃଣା ହିନସ୍ଥା ମନ୍ତବ୍ୟ ପ୍ରତିବାଦ ରେ ବିଧାୟକଙ୍କ ବିରୋଧରେ ଏଫ୍‌ଆଇଆର ଦେଲା ଆଦିବାସୀ ସଂଘ

Date:

Share post:

ବଲାଙ୍ଗିର, (୨୩/୦୬) : ଆପ୍ର : ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ, ସିନ୍ଧେକେଲା, ବଲାଙ୍ଗିର ତରଫରୁ କଣ୍ଟାବାଞ୍ଜି ବିଧାୟକ ଶ୍ରୀ ଲକ୍ଷ୍ମଣ ବାଗଙ୍କ ବିରୋଧରେ ସିନ୍ଧେକେଲା ଥାନାରେ ଲିଖିତ ଏଫ.ଆଇ.ଆର ଦାଖଲ କରାଯାଇଛି ।

ସଂଘର ଉପ ସଭାପତି ଶ୍ରୀ ଥବିର ପୁଝାରୀ ଦାଖଲ କରିଥିବା ଏହି ଅଭିଯୋଗରେ ବିଧାୟକ ଶ୍ରୀ ବାଗ ଆଦିବାସୀ ସମାଜ କୁ ଘୃଣ୍ୟ, ଅପମାନଜନକ ଓ ଲଜ୍ଜିତ ଜାତିଗତ ଆକ୍ଷେପମୂଳକ ମନ୍ତବ୍ୟ ଦେଇଥିବା ଅଭିଯୋଗ କରାଯାଇଛି । ଅଭିଯୋଗ ଅନୁଯାୟୀ, ଗତ ୪ ଜୁନ ୨୦୨୬ ତାରିଖରେ ଏକ ଟେଲିଭିଜନ ସାକ୍ଷାତ୍କାର ସମୟରେ ବିଧାୟକ ଶ୍ରୀ ବାଗ ଆଦିବାସୀ ସମ୍ପ୍ରଦାୟକୁ ନେଇ ଅତି ଲଜ୍ଜିତ ଅପମାନସୂଚକ ଶବ୍ଦ “ଆଦିବାସୀ ଦୂଷିତ”ପ୍ରୟୋଗ କରିଥିଲେ । ଏହି ମନ୍ତବ୍ୟ ଆଦିବାସୀ ସମାଜର ସମ୍ମାନ, ମର୍ଯ୍ୟାଦା ଓ ସାମାଜିକ ଗରିମା ପ୍ରତି ଗୁରୁତର ଆଘାତ ବୋଲି ସଂଘ ପକ୍ଷରୁ କୁହାଯାଇଛି। ଏପରି ବକ୍ତବ୍ୟ ଦ୍ୱାରା ସମଗ୍ର ଆଦିବାସୀ ସମ୍ପ୍ରଦାୟର ଭାବନା ଆହତ ହୋଇଥିବା ସହ ସମାଜ ର ଲୋକଙ୍କୁ ଜାଣିଶୁଣି ଅପମାନିତ କରାଯାଇଛି ବୋଲି ସଂଘ ଉଲ୍ଲେଖ କରିଛି ।

ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ଅଭିଯୋଗରେ ଉଲ୍ଲେଖ କରିଛି ଯେ, ଜନପ୍ରତିନିଧି ଭାବେ ଜଣେ ବିଧାୟକଙ୍କ ଠାରୁ ସମ୍ବିଧାନିକ ମୂଲ୍ୟବୋଧ ଓ ସାମାଜିକ ସମ୍ମାନ ପ୍ରତି ଅଧିକ ଦାୟିତ୍ୱଶୀଳ ଆଚରଣ ଆଶା କରାଯାଏ । ଆଦିବାସୀ ସମାଜ ପ୍ରତି ଅପମାନଜନକ ଭାଷା ପ୍ରୟୋଗ କରି ସେ ସାମାଜିକ ଓ ସମ୍ବିଧାନିକ ମୂଲ୍ୟବୋଧକୁ କ୍ଷୁଣ୍ଣ କରିଥିବା ଅଭିଯୋଗ ହୋଇଛି । ସଂଘ ପକ୍ଷରୁ ଦାବି କରାଯାଇଛି ଯେ, ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି (ନୃଶଂସତା ନିବାରଣ) ଆଇନ, ୧୯୮୯ (ସଂଶୋଧିତ ୨୦୧୫ ଓ ୨୦୧୮) ଏବଂ ଭାରତୀୟ ନ୍ୟାୟ ସଂହିତା( ବି.ଏନ. ଏସ ) ୨୦୨୩ର ପ୍ରଯୁଜ୍ୟ ଧାରା ଅନୁଯାୟୀ ମାମଲା ରୁଜୁ କରାଯାଇ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ସଂଘ ର ଉପ ସଭାପତି ଶ୍ରୀ ଥବିର ପୁଝାରୀ ଏଫ. ଆଇ.ଆର.ଦେଇଛନ୍ତି । ଥାନାରେ ଅଭିଯୋଗ ଦାଖଲ ସମୟରେ ଶ୍ରୀ ପୁଝାରୀ ସହିତ ସଂଘ ର ଫକୀର ମାଝି, ଅଭି ମାଝି, ଶ୍ରୀମତୀ ରୀନା ମାଝି, ଗୋକୁଳ ସିଂ ମାଝି,ଲୟକର ଛତ୍ରିଆ, ବୈଷ୍ଣବ ମଲ୍ଲିକ, ମହେନ୍ଦ୍ର ଛତ୍ରିଆ, କ୍ଷେତ୍ରୀ ଥାନାପତି ସହିତ ଶତାଧିକ କର୍ମକର୍ତ୍ତା ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here

spot_img

Related articles

ବରଗଡ଼ରେ ସରକାରୀ ବ୍ୟବସ୍ଥାର ବିକଳ ଚିତ୍ର: ମିଳିଲାନି ଶବବାହୀ ଗାଡ଼ି, ବାଧ୍ୟ ହୋଇ ସାଇକେଲରେ ଶବ ବୋହିଲେ ପରିବାର ଲୋକ

ବରଗଡ, (୨୬/୦୬) : ଆପ୍ର : ପଦ୍ମପୁର ଉପଖଣ୍ଡ ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗାଁ'ରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି ।...

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା, ୮ ରାଉଣ୍ଡ ଗୁଳି ମାଡ଼

ବାଲେଶ୍ଵର, (୨୬/୦୬) : ଆପ୍ର : ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା । ଗୋଟିଏ କି ଦୁଇଟି ନୁହେଁ ଆଠଟି ଗୁଳି...

ପୁରୀ ସମୁଦ୍ରରେ ଅଘଟଣ, ବୁଡ଼ିଯାଉଥିବା ବେଳେ ଉଦ୍ଧାର କଲେ ଲାଇଫଗାର୍ଡ

ପୁରୀ, (୨୬/୦୬) : ଆପ୍ର : ବୁଡ଼ିଯାଉଥିବା ବେଳେ ପର୍ଯ୍ୟଟକ ଉଦ୍ଧାର । ପୁରୀ ସମୁଦ୍ରରେ ବୁଡ଼ିଯାଉଥିବା ପର୍ଯ୍ୟଟକଙ୍କୁ ଉଦ୍ଧାର କଲେ ଲାଇଫଗାର୍ଡ । କ୍ୟାମେରାରେ...

ମଣ୍ଡିରୁ ଉଠୁନି ଧାନ, ଚିନ୍ତାରେ ଚାଷୀ

ସୁବର୍ଣ୍ଣପୁର, (୨୬/୦୬) : ଆପ୍ର : ମଣ୍ଡିରେ ପଡ଼ିଛି ଧାନ । ଚିନ୍ତାରେ ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ କଳାପଥର ଅଞ୍ଚଳର ଚାଷୀ । ୧୫ଦିନ...