ଘରେ ପଶିଗଲା ବାଲି ବୋଝେଇ ଟିପ୍ପର, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ

Date:

Share post:

ନବରଙ୍ଗପୁର, (୧୫/୦୬) : ଆପ୍ର : ଘରେ ପଶିଗଲା ବାଲି ବୋଝେଇ ଟିପ୍ପର । ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ। ଦୁର୍ଘଟଣାରେ ଘର ସମ୍ପୂର୍ଣ୍ଣ ଭାବେ ନଷ୍ଟ ହେଇଯାଇଛି ।

କୋଷାଗୁମୁଡା ପଟୁ ନବରଙ୍ଗପୁର ଅଭିମୁଖେ ଦ୍ରୁତ ଗତିରେ ଆସୁଥିବା ବାଲି ବୋଝେଇ ଟିପ୍ପର ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଏକ ଘରେ ପଶିଯାଇଥିଲା । ପୂଜାରୀଗୁଡା ଗାଁର ସୁନାଧର ଧୁରୁଆଙ୍କ ଘରକୁ ଧକ୍କା ଦେଇ ଓଲଟି ପଡ଼ିଥିଲା । ଘରର କାନ୍ଥ ଭାଙ୍ଗିଯିବା ସହ ଘର ସମ୍ପୂର୍ଣ୍ଣ ଭାବେ ଭୁଶୁଡ଼ି ଯାଇଥିଲା। ସୁନାଧରଙ୍କ ପରିବାରର ୬ ଜଣ ସଦସ୍ୟଙ୍କ ସହ ଟିପ୍ପର ଡ୍ରାଇଭର ଓ ହେଲପର ମଧ୍ୟ ଗାଡ଼ି ତଳେ ଚାପି ହୋଇଯାଇଥିଲେ। ପ୍ରଚଣ୍ଡ ଶବ୍ଦ ଶୁଣି ଗ୍ରାମବାସୀ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଅଗ୍ନିଶମ ବାହିନୀଙ୍କ ଦୀର୍ଘ ସମୟର ଅପରେସନ୍ ପରେ ପରିବାର ଲୋକଙ୍କ ସହ ଡ୍ରାଇଭର ଏବଂ ହେଲପରଙ୍କୁ ଉଦ୍ଧାର କରାଯାଇଥଲା। ସମସ୍ତ ଆହତଙ୍କୁ ଉଦ୍ଧାର କରି ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

LEAVE A REPLY

Please enter your comment!
Please enter your name here

spot_img

Related articles

ଉତ୍ତର-ଉପକୂଳ ଛୁଇଁଲା ମୌସୁମି

ଭୁବନେଶ୍ବର, (୧୭/୦୬) : ଆପ୍ର : ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ଉତ୍ତର-ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକୁ ସ୍ପର୍ଶ କରିଥିବା ବେଳେ ଦକ୍ଷିଣ-ପଶ୍ଚିମ ଓଡ଼ିଶାର ୮ଟି ଜିଲ୍ଲାକୁ...

୨୮ରୁ ଓଟିଇଟି

କଟକ, (୧୭/୦୬) : ଆପ୍ର : ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ୨୦୨୬ ବର୍ଷର ଓଡ଼ିଶା ଶିକ୍ଷକ ଯୋଗ୍ୟତା ଟେଷ୍ଟ (ଓଟିଇଟି)...

ରଥଯାତ୍ରା ସଂପର୍କିତ ପ୍ରସ୍ତୁତି ବୈଠକର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର, (୧୭/୦୬) : ଆପ୍ର : ପୁରୀ ରଥଯାତ୍ରା ସଂପର୍କିତ ପ୍ରସ୍ତୁତି ଲାଗି ବିଭିନ୍ନ କାର୍ଯ୍ୟ ଅଗ୍ରଗତି ନେଇ ବୈଠକରେ ମୁଖ୍ୟ ଶାସନ ସଚିବ...

ରାମକୃଷ୍ଣ ନଗରରେ ରଜ ମଉଜ ପାଳିତ

ରାୟଗଡା, (୧୭/୦୬) : ଆପ୍ର : ବିବିଧତା ଭିତରେ ଏକତା, ସ୍ନେହ ଶ୍ରଦ୍ଧା, ଆନ୍ତରିକତା ଓ ଆତ୍ମୀୟତାର ପରିଚୟ ଦେଇଛି ରଜ ପର୍ବ ।...