Homelocalବୀରମହାରାଜପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି; ୫୫ଟି ଅଭିଯୋଗର ଦରଖାସ୍ତ ଗ୍ରହଣ

ବୀରମହାରାଜପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି; ୫୫ଟି ଅଭିଯୋଗର ଦରଖାସ୍ତ ଗ୍ରହଣ

ସୁବର୍ଣ୍ଣପୁର, (୨୧/୦୯) : ଆପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବୀରମହାରାଜପୁର ବ୍ଲକ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି ।WhatsApp Image 2026 09 22 at 10.31.40 1

ଏହି ଶିବିରରେ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ ଓ ବୀରମହାରାଜପୁର ଉପଖଣ୍ଡ ପୁଲିସ ଅଧିକାରୀ ହେମନ୍ତ ରାଓ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ । ସର୍ବମୋଟ ୫୫ଟି ଅଭିଯୋଗ ର ଦରଖାସ୍ତ ଗ୍ରହଣ କରାଯାଇଥିବାବେଳେ, ସେଥି ମଧ୍ୟରୁ ୫୦ଟି ବ୍ୟକ୍ତିଗତ, ୪ଟି ସାମୁହିକ ଓ ଗୋଟିଏ ମୁଖ୍ୟମନ୍ତ୍ରୀଙ୍କ ଆର୍ଥିକ ସହାୟତା(CMRF) ପାଇଁ ଦରଖାସ୍ତ ଗ୍ରହଣ କରାଯାଇ ଥିଲା ।

ଏହି ଅବସରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ଅଶ୍ୱିନୀ ମେହେର, ବୀରମହାରାଜପୁର ଉପ ଜିଲ୍ଲାପାଳ ସୁରେନ୍ଦ୍ର ମେହେର, ମୁଖ୍ୟ ଚିକିତ୍ସା ଓ ଜନ ସ୍ଵାସ୍ଥ୍ୟ ଅଧିକାରୀ ଡାକ୍ତର ଉଷାରାଣୀ ଦାଶ ଏବଂ ବଲାଙ୍ଗିର ଲୋକସଭା ସାଂସଦଙ୍କ ବ୍ଲକ ପ୍ରତିନିଧି ନଲିନୀ ପଣ୍ଡା ପ୍ରମୁଖ ମଞ୍ଚାସିନ ଥିଲେ । ବୀରମହାରାଜପୁର ବିଡିଓ ରାଜୀବ ହାଂସଦା ଦ୍ୱାରା ଆୟୋଜିତ ଏହି ଶିବିରରେ ତହସିଲଦାର ସୁଚିସ୍ମିତା ପାଣିଗ୍ରାହୀ ଏବଂ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଓ ବ୍ଲକ ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments