ରେଲଓ୍ବେ ଚାକିରି କରାଇ ଦେବା ନାଁରେ ୨୦ଲକ୍ଷ ଟଙ୍କା ଠକେଇ ଅଭିଯୋଗ, ବାପ ଝିଅ ଗିରଫ

Date:

Share post:

ଭୁବନେଶ୍ୱର, (୧୮/୦୬) : ଆପ୍ର : ରେଲୱେରେ ଚାକିରି ଦେବା ନାଁରେ ଠକେଇ । ୨୦ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ବାପ ଝିଅ ଗିରଫ

ଭୁବନେଶ୍ୱର ୧ନମ୍ବର ହାଟରୁ ଗିରଫ କଲା କମିଶନରେଟ୍ ପୋଲିସ୍ । ଗିରଫ ଅଭିଯୁକ୍ତମାନେ ହେଲେ ବାପା ବିଦ୍ୟାଧର ଦାସ ଓ ଝିଅ ସୁମତି ଦାସ । ସେମାନଙ୍କ ଘର ଭଦ୍ରକ ଆନନ୍ଦ ବଜାରରେ । ସେ ୧ନମ୍ବର ହାଟରେ ରହୁଥିଲେ । ସୁମତି ରେଲୱେରେ ଚାକିରି କରୁଥିବା କଥା ସମସ୍ତଙ୍କୁ କହିଥିଲେ । ଅନେକ ଲୋକଙ୍କୁ ଚାକିରି କରାଇଦେବେ କହି ୨୦ଲକ୍ଷ ଟଙ୍କା ଠକି ନେଇଥିଲେ । ପରେ ଧରାଛୁଆଁ ଦେଉନଥିଲେ। କ୍ୟାପିଟାଲ ଥାନାରେ ଅଭିଯୋଗ ପରେ ଉଭୟଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ ।

 

LEAVE A REPLY

Please enter your comment!
Please enter your name here

spot_img

Related articles

ଅଟୋକୁ ଧକ୍କା ଦେଲା କାର ୩ ଗୁରୁତର ୬ ଆହତ

ଅନୁଗୁଳ, (୧୮/୦୬) : ଆପ୍ର : ଅନୁଗୁଳ ୫୫ ନମ୍ବର ଜାତୀୟ ରାଜପଥରେ ଦୁର୍ଘଟଣା। ଅଟୋକୁ ପିଟିଲା କାର। ଜରପଡା ଥାନା ଅନ୍ତର୍ଗତ ବିମଳବେଡା...

ଲାଞ୍ଚ ନେଉଥିବା ସମୟରେ ଏଏସଆଇ ଓ ହୋମଗାର୍ଡଙ୍କୁ ମାଡିବସିଲା ଭିଜିଲାନ୍ସ

ଭୁବନେଶ୍ଵର, (୧୮/୦୬) : ଆପ୍ର : ଲାଞ୍ଚ ନେଉଥିବା ସମୟରେ ଜଣେ ଏଏସଆଇ ଓ ହୋମଗାର୍ଡଙ୍କୁ ମାଡିବସିଲା ଭିଜିଲାନ୍ସ । ଏଭଳି ଘଟଣା ଘଟିଛି...

ଚିକିତ୍ସା ଅବହେଳାରୁ ନବଜାତ ଶିଶୁ ମୃତ୍ୟୁ ଅଭିଯୋଗ, ଡାକ୍ତରଖାନାରେ ଉତ୍ତେଜନା

ପାଟଣାଗଡ଼, (୧୮/୦୬) : ଆପ୍ର : ଚିକିତ୍ସା ଅବହେଳାରୁ ନବଜାତ ଶିଶୁ ମୃତ୍ୟୁ ଅଭିଯୋଗ । ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଡାକ୍ତରଖାନାରେ ଉତ୍ତେଜନା ଦେଖିବାକୁ...

ଡାକ୍ତରଙ୍କ ଚିକିତ୍ସା ଅଭାବରୁ ଗର୍ଭବତୀଙ୍କ ମୃତ୍ୟୁ ଅଭିଯୋଗ, ପ୍ରତିବାଦରେ ଚିକିତ୍ସାଳୟରେ ଉତ୍ତେଜନା

ମାଲକାନଗିରି, (୧୮/୦୬) : ଆପ୍ର : ଡାକ୍ତରଙ୍କ ଚିକିତ୍ସା ଅଭାବରୁ ରୋଗୀ ମୃତ୍ୟୁ ଅଭିଯୋଗ । ପ୍ରତିବାଦରେ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା...