ଚିକିତ୍ସା ଅବହେଳାରୁ ନବଜାତ ଶିଶୁ ମୃତ୍ୟୁ ଅଭିଯୋଗ, ଡାକ୍ତରଖାନାରେ ଉତ୍ତେଜନା

Date:

Share post:

ପାଟଣାଗଡ଼, (୧୮/୦୬) : ଆପ୍ର : ଚିକିତ୍ସା ଅବହେଳାରୁ ନବଜାତ ଶିଶୁ ମୃତ୍ୟୁ ଅଭିଯୋଗ । ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଡାକ୍ତରଖାନାରେ ଉତ୍ତେଜନା ଦେଖିବାକୁ ମିଳିଛି ।

ଘଟଣାସ୍ଥଳରେ ପହଞ୍ଚିଲା ପାଟଣାଗଡ଼ ପୋଲିସ । ପ୍ରସବ ବେଦନା ଯୋଗୁ ଗତକାଲି ଚିଙ୍ଗେରବନ୍ଧ ଗାଁର ଶରତ ମେହେର ସ୍ତ୍ରୀ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ । ତେବେ ଡାକ୍ତର ନଥିବାରୁ ଡ୍ୟୁଟିରେ ଥିବା ନର୍ସ ଦେଖିଥିଲେ । ରାତିସାରା କଷ୍ଟ ପାଇବା ପରେ ଆଜି ସକାଳେ ମୃତ ସନ୍ତାନ ଜନ୍ମ ହୋଇଥିଲା । ଡାକ୍ତରଙ୍କ ଅବହେଳା ଯୋଗୁ ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି ପରିବାର ଲୋକ । ଏନେଇ ଡାକ୍ତରଖାନା ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା । ପାଟଣାଗଡ଼ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସେହିପରି ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରଙ୍କ ଚିକିତ୍ସା ଅଭାବରୁ ଗର୍ଭବତୀଙ୍କ ମୃତ୍ୟୁ ଅଭିଯୋଗ ହୋଇଛି । ପ୍ରତିବାଦରେ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା ଦେଖିବାକୁ ମିଳିଛି । ୮ମାସର ପ୍ରସୂତୀଙ୍କ ମୃତ୍ୟୁକୁ ନେଇ ଡାକ୍ତରଙ୍କୁ ଆକ୍ରମଣ କରିଛନ୍ତି ଲୋକ । ମୃତ ମହିଳା ହେଲେ ବନ୍ଦନା ମଣ୍ଡଳ ।

LEAVE A REPLY

Please enter your comment!
Please enter your name here

spot_img

Related articles

ଅଟୋକୁ ଧକ୍କା ଦେଲା କାର ୩ ଗୁରୁତର ୬ ଆହତ

ଅନୁଗୁଳ, (୧୮/୦୬) : ଆପ୍ର : ଅନୁଗୁଳ ୫୫ ନମ୍ବର ଜାତୀୟ ରାଜପଥରେ ଦୁର୍ଘଟଣା। ଅଟୋକୁ ପିଟିଲା କାର। ଜରପଡା ଥାନା ଅନ୍ତର୍ଗତ ବିମଳବେଡା...

ଲାଞ୍ଚ ନେଉଥିବା ସମୟରେ ଏଏସଆଇ ଓ ହୋମଗାର୍ଡଙ୍କୁ ମାଡିବସିଲା ଭିଜିଲାନ୍ସ

ଭୁବନେଶ୍ଵର, (୧୮/୦୬) : ଆପ୍ର : ଲାଞ୍ଚ ନେଉଥିବା ସମୟରେ ଜଣେ ଏଏସଆଇ ଓ ହୋମଗାର୍ଡଙ୍କୁ ମାଡିବସିଲା ଭିଜିଲାନ୍ସ । ଏଭଳି ଘଟଣା ଘଟିଛି...

ରେଲଓ୍ବେ ଚାକିରି କରାଇ ଦେବା ନାଁରେ ୨୦ଲକ୍ଷ ଟଙ୍କା ଠକେଇ ଅଭିଯୋଗ, ବାପ ଝିଅ ଗିରଫ

ଭୁବନେଶ୍ୱର, (୧୮/୦୬) : ଆପ୍ର : ରେଲୱେରେ ଚାକିରି ଦେବା ନାଁରେ ଠକେଇ । ୨୦ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ବାପ ଝିଅ ଗିରଫ...

ଡାକ୍ତରଙ୍କ ଚିକିତ୍ସା ଅଭାବରୁ ଗର୍ଭବତୀଙ୍କ ମୃତ୍ୟୁ ଅଭିଯୋଗ, ପ୍ରତିବାଦରେ ଚିକିତ୍ସାଳୟରେ ଉତ୍ତେଜନା

ମାଲକାନଗିରି, (୧୮/୦୬) : ଆପ୍ର : ଡାକ୍ତରଙ୍କ ଚିକିତ୍ସା ଅଭାବରୁ ରୋଗୀ ମୃତ୍ୟୁ ଅଭିଯୋଗ । ପ୍ରତିବାଦରେ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା...