Homelocalସମ୍ଭାବ୍ୟ ବାତ୍ୟାକୁ ନେଇ ସଜାଗ ରାଜ୍ୟ ସରକାର, ଜିଲ୍ଲାପାଳଙ୍କୁ ଆଲର୍ଟ; ରାଜସ୍ୱ ମନ୍ତ୍ରୀ

ସମ୍ଭାବ୍ୟ ବାତ୍ୟାକୁ ନେଇ ସଜାଗ ରାଜ୍ୟ ସରକାର, ଜିଲ୍ଲାପାଳଙ୍କୁ ଆଲର୍ଟ; ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ୱର, (୧୭/୧୧) : ଆପ୍ର : ସମ୍ଭାବ୍ୟ ବାତ୍ୟା ଓ ଏହାର ପ୍ରଭାବର ମୁକାବିଲା ପାଇଁ ରାଜ୍ୟ ସରକାର ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି ।

ବାତ୍ୟା ମୁକାବିଲା ସମ୍ପର୍କିତ ସମୀକ୍ଷା ବୈଠକ ପରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଏନେଇ ସୂଚନା ଦେଇଛନ୍ତି । ଭାରତୀୟ ପାଣିପାଗ ବିଭାଗ (IMD)ର ଆକଳନ ଅନୁଯାୟୀ ସମସ୍ତ ଜିଲ୍ଲାପାଳଙ୍କୁ ସଜାଗ ରହିବାକୁ କୁହାଯାଇଛି । ମନ୍ତ୍ରୀ କହିଛନ୍ତି, ସମ୍ଭାବ୍ୟ ବାତ୍ୟା ସ୍ଥିତିରେ ବର୍ଷା ଓ ବନ୍ୟା ଅପେକ୍ଷା ଭୂସ୍ଖଳନ ସମସ୍ୟାକୁ ଅଧିକ ଗୁରୁତ୍ୱ ଦିଆଯାଉଛି । ଭୂସ୍ଖଳନ ଆଶଙ୍କା ଥିବା ଅଞ୍ଚଳରୁ ଲୋକଙ୍କୁ ଆଗୁଆ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯିବ ।

ଏଥିସହ ଉଦ୍ଧାର ଓ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କୋଷ୍ଟଗାର୍ଡ ଓ ନୌସେନାର ହେଲିକପ୍ଟରକୁ ମଧ୍ୟ ସଜାଗ ରଖାଯିବ । ଆଜି କେତେକ ଜିଲ୍ଲାରେ ଡ୍ୟାମ୍‌ର ଗେଟ୍ ଖୋଲାଯାଇ ନିୟନ୍ତ୍ରିତ ଭାବେ ଜଳ ନିଷ୍କାସନ କରାଯାଉଛି । ଏହାଦ୍ୱାରା ସମ୍ଭାବ୍ୟ ଅଧିକ ବର୍ଷା ଓ ଜଳପ୍ରବାହର ମୁକାବିଲା ପାଇଁ ପ୍ରସ୍ତୁତି କରାଯାଉଛି । ମନ୍ତ୍ରୀ ଆହୁରି କହିଛନ୍ତି ଯେ, ସମସ୍ତ ଅଧିକାରୀଙ୍କୁ ନିଜ ନିଜ କାର୍ଯ୍ୟସ୍ଥଳରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଆସନ୍ତାକାଲିଠାରୁ ଓଡ୍ରାଫ୍ ଓ ଏନ୍‌ଡିଆର୍‌ଏଫ୍ ଟିମ୍‌ଗୁଡ଼ିକୁ ବିଭିନ୍ନ ଆବଶ୍ୟକୀୟ ସ୍ଥାନକୁ ପଠାଯିବ ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments