ତାତିରେ ଥରହର ରାଜ୍ୟ, ୫୦ ଡିଗ୍ରୀ ଭଳି ଅନୁଭୂତ ହେଉଛି ଗରମ, ଅନେକ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କଲା IMD

Date:

Share post:

ଭୁବନେଶ୍ୱର, (୦୬/୦୬) : ଆପ୍ର : ଅସହ୍ୟ ଗ୍ରୀଷ୍ମ ପ୍ରବାହରେ ସିଝୁଛି ସାରା ଓଡ଼ିଶା। ଶୁକ୍ରବାର ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ଦିନ ୨ଟା ୩୦ ସୁଦ୍ଧା ୪୧ ଡିଗ୍ରୀ ସେଲସିୟସ୍‌ ଛୁଇଁଥିବା ବେଳେ ଆର୍ଦ୍ରତା ୩୮ ପ୍ରତିଶତ ରହିଥିଲା ।

ଫଳରେ ପ୍ରକୃତ ତାପମାତ୍ରାଠାରୁ ଅଧିକ ଗରମ ଅନୁଭବ ହୋଇଥିଲା, ଏପରି ଲାଗୁଥିଲା ତାପମାତ୍ରା ୫୦ ଡିଗ୍ରୀ ସେଲସିୟସ୍‌ରେ ପହଞ୍ଚିଥିଲା ଭଳିଆ । ଦିନ ବଢ଼ିବା ସହ ତାତି ଏପରି ବଢ଼ିଥିଲା ଯେ ଅପରାହ୍ନରେ ରାଜଧାନୀର ପ୍ରମୁଖ ରାସ୍ତାଘାଟ ପ୍ରାୟ ଜନଶୂନ୍ୟ ହୋଇଯାଇଥିଲା । ଲୋକମାନେ ଘରୁ ବାହାରିବାକୁ ଏଡ଼ାଇଥିବା ବେଳେ ଗରମ ଓ ଗୁଳୁଗୁଳି ଯୋଗୁଁ ଅନେକେ ଅସ୍ୱସ୍ଥତା ଅନୁଭବ କରିଥିଲେ । ଡିହାଇଡ୍ରେସନ୍‌ ଓ ହିଟ୍‌-ଷ୍ଟ୍ରୋକ୍‌ ଭୟ ବଢ଼ିଥିବାରୁ ସ୍ୱାସ୍ଥ୍ୟ ବିଶେଷଜ୍ଞମାନେ ପ୍ରଚୁର ପାଣି ପିଇବା ସହ ଦିନ ୧୨ଟାରୁ ୪ଟା ମଧ୍ୟରେ ବାହାରକୁ ନଯିବାକୁ ପରାମର୍ଶ ଦେଇଛନ୍ତି ।

ଏପଟେ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଅନେକ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, କନ୍ଧମାଳ ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ଗରମ ସହ କାଳବୈଶାଖୀ ଏବଂ ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ସେହିପରି ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ସମେତ ଅନ୍ୟାନ୍ୟ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ଜିଲ୍ଲାଗୁଡ଼ିକରେ ବଜ୍ରପାତ ସହ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ ।

LEAVE A REPLY

Please enter your comment!
Please enter your name here

spot_img

Related articles

ବରଗଡ଼ରେ ସରକାରୀ ବ୍ୟବସ୍ଥାର ବିକଳ ଚିତ୍ର: ମିଳିଲାନି ଶବବାହୀ ଗାଡ଼ି, ବାଧ୍ୟ ହୋଇ ସାଇକେଲରେ ଶବ ବୋହିଲେ ପରିବାର ଲୋକ

ବରଗଡ, (୨୬/୦୬) : ଆପ୍ର : ପଦ୍ମପୁର ଉପଖଣ୍ଡ ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗାଁ'ରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି ।...

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା, ୮ ରାଉଣ୍ଡ ଗୁଳି ମାଡ଼

ବାଲେଶ୍ଵର, (୨୬/୦୬) : ଆପ୍ର : ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା । ଗୋଟିଏ କି ଦୁଇଟି ନୁହେଁ ଆଠଟି ଗୁଳି...

ପୁରୀ ସମୁଦ୍ରରେ ଅଘଟଣ, ବୁଡ଼ିଯାଉଥିବା ବେଳେ ଉଦ୍ଧାର କଲେ ଲାଇଫଗାର୍ଡ

ପୁରୀ, (୨୬/୦୬) : ଆପ୍ର : ବୁଡ଼ିଯାଉଥିବା ବେଳେ ପର୍ଯ୍ୟଟକ ଉଦ୍ଧାର । ପୁରୀ ସମୁଦ୍ରରେ ବୁଡ଼ିଯାଉଥିବା ପର୍ଯ୍ୟଟକଙ୍କୁ ଉଦ୍ଧାର କଲେ ଲାଇଫଗାର୍ଡ । କ୍ୟାମେରାରେ...

ମଣ୍ଡିରୁ ଉଠୁନି ଧାନ, ଚିନ୍ତାରେ ଚାଷୀ

ସୁବର୍ଣ୍ଣପୁର, (୨୬/୦୬) : ଆପ୍ର : ମଣ୍ଡିରେ ପଡ଼ିଛି ଧାନ । ଚିନ୍ତାରେ ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ କଳାପଥର ଅଞ୍ଚଳର ଚାଷୀ । ୧୫ଦିନ...