Homeaccidentବୋଲେରୋ ଧକ୍କାରେ ବାଇକ୍ ଚାଳକ ମୃତ, ଜଣେ ଗୁରୁତର

ବୋଲେରୋ ଧକ୍କାରେ ବାଇକ୍ ଚାଳକ ମୃତ, ଜଣେ ଗୁରୁତର

ଦଶପଲ୍ଲା, (୧୯/୦୯) : ଆପ୍ର : ଦଶପଲ୍ଲା ବ୍ଲକ ବାଣୀଗୋଛା ଥାନା ଅନ୍ତର୍ଗତ ଖୋର୍ଦ୍ଧା – ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ବାଣୀଗୋଛା କଲେଜ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ।

ଏଥିରେ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି । ସୂଚନା ଅନୁସାରେ, ପୁରୀରୁ ବଲାଙ୍ଗୀର ଅଭିମୁଖେ ଯାଉଥିବା ଏକ ବୋଲେରୋ ଗାଡି ଭାରସାମ୍ୟ ହରାଇ ଫୁଲବାଣୀରୁ ଦଶପଲ୍ଲା ଅଭିମୁଖେ ଆସୁଥିବା ଏକ ବାଇକୁ ଧକ୍କା ଦେଇଥିଲା । ଧକ୍କା ଏତେ ଜୋରରେ ଥିଲା ଯେ ବାଇକ୍ ଚାଳକଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିଲା । ବାଇକରେ ଥିବା ଅନ୍ୟ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି । ଖବର ପାଇ ବାଣୀଗୋଛା ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଆହତଙ୍କୁ ଆମ୍ବୁଲାନ୍ସ ଯୋଗେ ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଇଥିଲା । ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ କରୁଛି ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments