ଚଳନ୍ତା ଟ୍ରାକ୍ଟରରୁ ଖସି ନାବାଳକର ମୃତ୍ୟୁ

Date:

Share post:

ବାଲିଗୁଡା, (୧୧/୦୬) : ଆପ୍ର : କନ୍ଧମାଳ ଜିଲ୍ଲା ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି । ଚଳନ୍ତା ଟ୍ରାକ୍ଟରରୁ ଖସି ନାବାଳକର ମୃତ୍ୟୁ । 

ବୁଧବାର ଦିନ ଗୋଟିଏ ଚଳନ୍ତା ଟ୍ରାକ୍ଟରରୁ ଖସିପଡ଼ି ଜଣେ ନାବାଳକର ମୃତ୍ୟୁ ଘଟଣା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ମୃତ ନାବାଳକ ଜଣକ ହେଲେ ବ୍ରାହ୍ମଣୀଗାଁ ଥାନା ତାଜୁଙ୍ଗିଆ ପଞ୍ଚାୟତର ପଦାସାହି ନିବାସୀ ଅକ୍ଷୟ କୁମାର ମଲ୍ଲିକଙ୍କ ପୁଅ ଗ୍ରେସ କୁମାର୍ ମଲ୍ଲିକ (୧୫) । ସୂଚନା ଅନୁଯାୟୀ ଗ୍ରେସ ଋତୁଙ୍ଗିଆ ହାଇସ୍କୁଲରେ ଦଶମ ଶ୍ରେଣୀରେ ପାଠ ପଢୁଥିଲେ । ଖରାଛୁଟି କଟାଇବା ପାଇଁ ଘରକୁ ଆସିଥିଲେ । ବୁଧବାର ଦିନ ବଡିଭୋରରୁ ବାପା ବିଲରେ ହଳ କରିବାକୁ ଯାଇଥିଲେ ।

ସକାଳୁ ନିଜ ନିତ୍ୟକର୍ମ ସାରି ଗ୍ରେସ୍ ଗାଁ ମୁଣ୍ଡରେ ବୁଲାବୁଲି କରୁଥିବା ବେଳେ ତାଜୁଙ୍ଗିଆରୁ ଏକ ଟ୍ରାକ୍ଟର ମହାଗୁଡ଼ି ଅଭିମୁଖେ ଯାଉଥିବା ଦେଖି ସେହି ଟ୍ରାକ୍ଟରରେ ଚଢ଼ି ଯାଇଥିଲେ । ହେଲେ କିଛି ବାଟ ଆସିବା ପରେ ମହାଗୁଡ଼ି ପହଞ୍ଚିବା ପୂର୍ବରୁ ଟୁଙ୍ଗୁଡ଼ୁମହା ସାହି ନିକଟରେ ଥିବା ହମ୍ପସରେ ଗାଡ଼ି ବ୍ରେକ ମାରିବାରୁ ସେ ଟ୍ରାକ୍ଟରରୁ ଛିଟିକି ପଡ଼ି ଯାଇଥିଲେ । ଗୁରୁତର ଅବସ୍ଥାରେ ୧୦୮ଆମ୍ବୁଲାନ୍ସ ଯୋଗେ ତାଙ୍କୁ ବ୍ରାହ୍ମଣୀଗାଁ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଖବର ପାଇ ବ୍ରାହ୍ମଣୀଗାଁ ଥାନା ଏସଆଇ ଭୋଳାନାଥ ପଣ୍ଡା ମେଡିକାଲରେ ପହଂଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଥିବା ଜଣାପଡିଛି ।

LEAVE A REPLY

Please enter your comment!
Please enter your name here

spot_img

Related articles

ବାଇକକୁ ପଛପଟୁ ଧକ୍କା ଦେଲା ଟ୍ରକ, ମହିଳାଙ୍କ ସମେତ ୩ ଗୁରୁତର

ବାଲେଶ୍ବର, (୧୧/୦୬) : ଆପ୍ର : ବାଇକକୁ ପଛପଟୁ ଧକ୍କା ଦେଲା ଟ୍ରକ । ମହିଳାଙ୍କ ସମେତ ୩ ଗୁରୁତରକୁ ନେଇ ଉତ୍ତେଜନା ।...

ବନ୍ୟା ଋତୁ ପାଇଁ କଟକଣା, ଜଳସମ୍ପଦ ବିଭାଗ ଛୁଟି ଉପରେ ଲାଗିଲା ରୋକ୍; ବିନା ଅନୁମତିରେ ଛାଡ଼ି ପାରିବେନି ମୁଖ୍ୟାଳୟ

ଭୁବନେଶ୍ୱର, (୧୧/୦୬) : ଆପ୍ର : ରାଜ୍ୟରେ ମୌସୁମୀ ବର୍ଷା ଆଗମନକୁ ନେଇ ଜଳସମ୍ପଦ ବିଭାଗ ପୂରା ସତର୍କ ହୋଇପଡ଼ିଛି । ବନ୍ୟା ଓ ଲଗାଣ...

ବିଦ୍ୟୁତ ଯୋଗାଣ ଦାବିରେ ରାସ୍ତାରୋକ

ଆଠଗଡ, (୧୧/୦୬) : ଆପ୍ର : ଆଠଗଡ ଏନଏସିର ୧ ନମ୍ବର ୱାର୍ଡ ଅନ୍ତର୍ଗତ ଗୁହାଳପଡିଆରେ ତିନି ଦିନ ଧରି ବିଦ୍ୟୁତ ସେବାରୁ ବଞ୍ଚିତ...

ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଜୋରଦାର: ୧୨ ଦିନରେ ୯୪% ଭୋଟରଙ୍କ ପାଖରେ ପହଞ୍ଚିଲା ଫର୍ମ, ଜୁନ୍ ୨୮ ଶେଷ ତାରିଖ

ଭୁବନେଶ୍ୱର, (୧୧/୦୬) : ଆପ୍ର : ଓଡ଼ିଶାରେ ଏବେ ଚାଲିଥିବା ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision) କାର୍ଯ୍ୟକ୍ରମ ଏକ...