ଟ୍ରକ ପଛପଟେ ପିଟି ହୋଇଗଲା ବାଇକ୍, ୨ ମୃତ

Date:

Share post:

ବରଗଡ଼, (୧୭/୦୬) : ଆପ୍ର : ଟ୍ରକ ପଛପଟେ ପିଟି ହୋଇଗଲା ବାଇକ୍ । ମର୍ମନ୍ତୁଦ ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଛି ।

ବରଗଡ଼ ଅତାବିରା ଥାନା ସରଣ୍ଡା ଗେଟ ପାଖ ୫୩ ନମ୍ବର ଜାତୀୟ ରାଜପଥରେ ଦୁର୍ଘଟଣା ଘଟିଛି । ମୃତକ ଦୁଇ ଜଣ ସମ୍ବଲପୁର ଡୁଙ୍ଗୁରିପଡାର ସୌମ୍ୟ ରଞ୍ଜନ ଖମାରୀ ଏବଂ ସଦର ଥାନା ଅଞ୍ଚଳର ଗୋପବନ୍ଧୁ ପରିଡ଼ା । ଟ୍ରକଟି ଖରାପ ହୋଇ ରାସ୍ତା ମଝିରେ ଛିଡ଼ା ହୋଇଥିବାବେଳେ ବାଇକ ଆରୋହୀ ଦୁଇ ଜଣ ସେହି ରାସ୍ତା ଦେଇ ଯାଉଥିବାବେଳେ ଟ୍ରକ ପଛପଟେ ପିଟି ହୋଇଯାଇଥିଲେ । ଫଳରେ ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିଲା । ଏନେଇ ଅତାବିରା ଥାନାରେ ଏକ ମାମଲା ରୁଜୁ କରାଯାଇଛି ଟ୍ରକ ଓ ମୋଟରସାଇକେଲକୁ ଜବତ କରାଯାଇଛି । ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛି ।

LEAVE A REPLY

Please enter your comment!
Please enter your name here

spot_img

Related articles

ଉତ୍ତର-ଉପକୂଳ ଛୁଇଁଲା ମୌସୁମି

ଭୁବନେଶ୍ବର, (୧୭/୦୬) : ଆପ୍ର : ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ଉତ୍ତର-ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକୁ ସ୍ପର୍ଶ କରିଥିବା ବେଳେ ଦକ୍ଷିଣ-ପଶ୍ଚିମ ଓଡ଼ିଶାର ୮ଟି ଜିଲ୍ଲାକୁ...

୨୮ରୁ ଓଟିଇଟି

କଟକ, (୧୭/୦୬) : ଆପ୍ର : ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ୨୦୨୬ ବର୍ଷର ଓଡ଼ିଶା ଶିକ୍ଷକ ଯୋଗ୍ୟତା ଟେଷ୍ଟ (ଓଟିଇଟି)...

ରଥଯାତ୍ରା ସଂପର୍କିତ ପ୍ରସ୍ତୁତି ବୈଠକର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର, (୧୭/୦୬) : ଆପ୍ର : ପୁରୀ ରଥଯାତ୍ରା ସଂପର୍କିତ ପ୍ରସ୍ତୁତି ଲାଗି ବିଭିନ୍ନ କାର୍ଯ୍ୟ ଅଗ୍ରଗତି ନେଇ ବୈଠକରେ ମୁଖ୍ୟ ଶାସନ ସଚିବ...

ରାମକୃଷ୍ଣ ନଗରରେ ରଜ ମଉଜ ପାଳିତ

ରାୟଗଡା, (୧୭/୦୬) : ଆପ୍ର : ବିବିଧତା ଭିତରେ ଏକତା, ସ୍ନେହ ଶ୍ରଦ୍ଧା, ଆନ୍ତରିକତା ଓ ଆତ୍ମୀୟତାର ପରିଚୟ ଦେଇଛି ରଜ ପର୍ବ ।...