ଗ୍ରୀଷ୍ମ ପ୍ରବାହ ଯୋଗୁଁ ପାଣି ସଙ୍କଟର ଉତ୍କଟ ରୂପ ଧାରଣ

Date:

Share post:

ବେଲପଡ଼ା, (୧୯/୦୬) : ଆପ୍ର : ଗ୍ରୀଷ୍ମ ପ୍ରବାହ ବଢ଼ିବା ସହିତ ପାଣି ସଙ୍କଟ ମଧ୍ୟ ଉତ୍କଟ ରୂପ ଧାରଣ କରିଛି ।

ବଲାଙ୍ଗିର ଜିଲ୍ଲା ବେଲପଡ଼ା ବ୍ଲକ ଅନ୍ତର୍ଗତ ଧୂମାଭଟା ଗ୍ରାମ ପଞ୍ଚାୟତର କଲଚିକଚା ଗାଁ’ରେ ଦୀର୍ଘ ଦିନ ଧରି ପାନୀୟ ଜଳ ସମସ୍ୟା ଲାଗି ରହିଛି । ବାରମ୍ବାର ପ୍ରଶାସନ ଓ ସ୍ଥାନୀୟ ଜନପ୍ରତିନିଧିଙ୍କୁ ଅବଗତ କରାଯାଇଥିଲେ ମଧ୍ୟ ସମସ୍ୟାର ସ୍ଥାୟୀ ସମାଧାନ ହୋଇନାହିଁ ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି । ଏହି ସମସ୍ୟାକୁ ନେଇ ଗ୍ରାମବାସୀ ପୂର୍ବରୁ ବେଲପଡ଼ା ବ୍ଲକ କାର୍ଯ୍ୟାଳୟରେ ବିଡିଓଙ୍କୁ ସାକ୍ଷାତ କରି ନିଜ ଦୁଃଖ ଜଣାଇଥିଲେ ।

ତେବେ ଏପର୍ଯ୍ୟନ୍ତ କୌଣସି ଫଳପ୍ରଦ ପଦକ୍ଷେପ ନିଆଯାଇନଥିବାରୁ ଅସନ୍ତୁଷ୍ଟ ଗ୍ରାମବାସୀ ଏକତ୍ରିତ ହୋଇ ଧୂମାଭଟା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇ ପ୍ରତିବାଦ କରିଛନ୍ତି । ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ, ସରପଞ୍ଚ, ପିଇଓ ଓ ବିଡିଓ ପରସ୍ପର ଉପରେ ଦୋଷ ଲଦୁଥିବା ବେଳେ ଲୋକଙ୍କ ମୌଳିକ ସମସ୍ୟା ପ୍ରତି ଧ୍ୟାନ ଦେଉନାହାନ୍ତି । ତୁରନ୍ତ ପାଣି ସମସ୍ୟାର ସମାଧାନ ନ କରାଗଲେ ଆଗାମୀ ଦିନରେ ଆନ୍ଦୋଳନକୁ ଆହୁରି ତୀବ୍ର କରାଯିବ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

spot_img

Related articles

NEET ପାଇଁ ବାୟୋମେଟ୍ରିକ୍ ବାଧ୍ୟତାମୂଳକ, ପୁନଃପରୀକ୍ଷାକୁ ସ୍ୱଚ୍ଛ ଓ ନକଲ-ମୁକ୍ତ କରିବା ପାଇଁ NTAର ଗାଇଡ୍ ଲାଇନ୍

ନୂଆଦିଲ୍ଲୀ, (୧୯/୦୬) : ଆପ୍ର : NEET ପାଇଁ ବାୟୋମେଟ୍ରିକ୍ ବାଧ୍ୟତାମୂଳକ ! । ପରୀକ୍ଷା ହଲ୍ କୁ ଯିବା ପୂର୍ବରୁ ହେବ ବାୟୋମେଟ୍ରିକ୍...

ଫୁଡ୍ ବିଜନେସ୍ କରୁଥିବା ଲୋକଙ୍କ ପାଇଁ FSSAI ର ନୂଆ ନିୟମ, କଳଙ୍କୀ ଛୁରି ବ୍ୟବହାର ମନା

ନୂଆଦିଲ୍ଲୀ, (୧୯/୦୬) : ଆପ୍ର : ରେଷ୍ଟୁରାଣ୍ଟ, ହୋଟେଲ, ଢାବା ଏବଂ ଫୁଡ୍ ଫ୍ୟାକ୍ଟ୍ରିରେ ଖାଇବା କ୍ବାଲିଟିକୁ ନେଇ ନିୟମ କଡ଼ା ବୋକୁ ଯାଉଛି...

ପୂର୍ବ ଶତ୍ରୁତା ନେଲା ଜୀବନ; ଘରେ ଶୋଇଥିବା ବେଳେ ଧାରୁଆ ଅସ୍ତ୍ରରେ ହତ୍ୟା, ଅଭିଯୁକ୍ତ ଅଟକ

ବରଗଡ଼, (୧୯/୦୬) : ଆପ୍ର : ପୂର୍ବ ଶତ୍ରୁତାର ଭୟଙ୍କର ପରିଣତି । ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଝାରବନ୍ଧ ଥାନା ଅନ୍ତର୍ଗତ ତୁର୍ଲା...

ଆକାଶ ନୁହେଁ ସଡକ ମାର୍ଗରେ ଆସିବେ ମହାମହିମ

ଭୁବନେଶ୍ୱର, (୧୯/୦୬) : ଆପ୍ର : ଓଡିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆକାଶ ନୁହେଁ ସଡକ ମାର୍ଗରେ ଆସିବେ ମହାମହିମ ।...