Homelocalଓଏମସିରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ

ଓଏମସିରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ

ଭୁବନେଶ୍ୱର, (୨୭/୧୦) : ଆପ୍ର : ଓଡ଼ିଶା ଖଣି ନିଗମ ପକ୍ଷରୁ ‘ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ୨୦୨୬’ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି ।

ଅକ୍ଟୋବର ୨୬ ତାରିଖରେ ମୁଖ୍ୟ କାର୍ଯ୍ୟାଳୟ ପରିସରରେ ଓଏମସିର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ସୁଧାଂଶୁ ମୋହନ ସାମଲ, (ଭା.ପ୍ର.ସେ), କାର୍ଯ୍ୟାଳୟର ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନଙ୍କୁ ଶପଥ ପାଠ କରାଇଥିଲେ । ଏହି ଶପଥ ପାଠ କାର୍ଯ୍ୟକ୍ରମ ମାଧ୍ୟମରେ କାର୍ଯ୍ୟକ୍ଷେତ୍ରରେ ସ୍ୱଚ୍ଛତା, ଦାୟିତ୍ୱବାନ୍ ଓ ନୈତିକ ମୂଲ୍ୟବୋଧକୁ ପ୍ରାଧାନ୍ୟ ଦେବା ସହ ଦୁର୍ନୀତିମୁକ୍ତ କାର୍ଯ୍ୟ ସଂସ୍କୃତି ଗଠନର ଗୁରୁତ୍ୱ ଉପରେ ଆଲୋକପାତ କରାଯାଇଥିଲା । ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ମାଧ୍ୟମରେ କର୍ମଚାରୀମାନଙ୍କ ମଧ୍ୟରେ ସଚ୍ଚୋଟତା, ନିଷ୍ଠା ଓ ଦାୟିତ୍ୱବୋଧକୁ ଆହୁରି ସୁଦୃଢ଼ କରିବା ସହ ଅନୁଷ୍ଠାନର କାର୍ଯ୍ୟପ୍ରଣାଳୀରେ ସ୍ୱଚ୍ଛତା ଓ ସୁପରିଚାଳନାକୁ ପ୍ରୋତ୍ସାହିତ କରିବା ଏହି କାର୍ଯ୍ୟକ୍ରମର ପ୍ରମୁଖ ଉଦ୍ଦେଶ୍ୟ ।

ଏହି ପରିପ୍ରେକ୍ଷୀରେ ମୁଖ୍ୟ ଭିଜିଲାନ୍ସ ଅଧିକାରୀ ନାରାୟଣ ଚନ୍ଦ୍ର ଧଳ, କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ତଲତ୍ ଆଫରିନ୍, ବରିଷ୍ଠ ଅଧିକାରୀ ବୃନ୍ଦ ତଥା ଅନ୍ୟାନ୍ୟ କର୍ମଚାରୀ ପ୍ରମୁଖ ସାମିଲ ହୋଇଥିଲେ। ଓଡ଼ିଶା ଖଣି ନିଗମର ମୁଖ୍ୟ କାର୍ଯ୍ୟାଳୟ ବ୍ୟତୀତ, ଓଏମସିର ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ଖଣି ଅଞ୍ଚଳରେ ମଧ୍ୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments