ଶ୍ବାସରୁଦ୍ଧରେ ଚାଲିଗଲା ୬ ଜଣଙ୍କ ଜୀବନ, ୪ ଲକ୍ଷ ଲେଖାଏଁ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Date:

Share post:

ଭୁବନେଶ୍ବର, (୨୭/୦୫) : ଆପ୍ର : ଶ୍ବାସରୁଦ୍ଧରେ ଚାଲିଗଲା ୬ ଜଣଙ୍କ ଜୀବନ । ନିର୍ମାଣାଧୀନ ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୬ ଜଣଙ୍କ ମୃତ୍ୟୁ ଘଟିଛି ।

କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁର ଥାନା ଗୌଡ଼ କର୍ଲାଖୁଣ୍ଟା ଗାଁରେ ଏହି ଅଘଟଣ ଘଟିଛି । ସେଣ୍ଟ୍ରିଂ ବେଳେ ଶ୍ବାସରୁଦ୍ଧ ହୋଇ ଜୀବନ ଯାଇଥିବା ଜଣାପଡିଛି । ଏହି ୬ ଜଣ ମୃତକଙ୍କ ନାମ ହେଉଛି- ନିମାଇଁ ଚରଣ ପାଲ୍ (ପିତା- ଗଙ୍ଗାଧର ପାଲ୍), ଆକାଶ ପାଲ୍ (ପିତା- ନିମାଇଁ ଚରଣ ପାଲ୍), ଆଦଲ ମାଝୀ (ପିତା- ବିଷ୍ଣୁ ମାଝୀ), ବୈକୁଷ୍ଠ ଜାଲ୍(ପିତା- ମଧୁ ଜାଲ୍), ମନରଞ୍ଜନ ହାତୀ (ପିତା- ଧନସାଗର ହାତୀ), ଛାନ୍ଦ ଜାଲ୍ (ପିତା- ବଳଦେବ ଜାଲ୍) ।

ଏହି ଦୁଃଖଦ ଦୁର୍ଘଟଣାରେ ୬ ଜଣଙ୍କର ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏଥିସହ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି । ପ୍ରତି ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (CMRF) ରୁ ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା କରିଛନ୍ତି

LEAVE A REPLY

Please enter your comment!
Please enter your name here

spot_img

Related articles

ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ : ୪ ଅଭିଯୁକ୍ତ ଗିରଫ, କୋର୍ଟ ଚାଲାଣ

ପାଟଣାଗଡ଼, (୧୬/୦୬) : ଆପ୍ର : ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ଘଟଣାରେ ପାଟଣାଗଡ଼ ପୋଲିସ...

ସୁନ୍ଦରଗଡ଼ରେ ଭୟଙ୍କର ଟ୍ରେଲର ଧକ୍କା, ଦୁଇ ଡ୍ରାଇଭର ଜୀବନ୍ତ ଦଗ୍ଧ

ସୁନ୍ଦରଗଡ଼, (୧୬/୦୬) : ଆପ୍ର : ଜୀଅନ୍ତା ଜଳିଗଲେ ଦୁଇ ଟ୍ରକ ଡ୍ରାଇଭର । ସୁନ୍ଦରଗଡ଼ ଜିଲ୍ଲା ଭସ୍ମା ଥାନା କଇଁତରା ବିଜୁ ଏକ୍ସପ୍ରେସ...

ଦିଘାରୁ ହଟିଲା ‘ଧାମ’ ଶବ୍ଦ: ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ଗଣସମ୍ବର୍ଦ୍ଧନା

ଭୁବନେଶ୍ୱର, (୧୬/୦୬) : ଆପ୍ର : ଜଗନ୍ନାଥ ସଂସ୍କୃତିର ସୁରକ୍ଷା ଏବଂ ଓଡ଼ିଆ ଅସ୍ମିତାକୁ ବିଶ୍ୱ ଦରବାରରେ ପ୍ରତିଷ୍ଠିତ କରିବା ପାଇଁ ଦୃଢ଼ ପଦକ୍ଷେପ...

ଯୁବକ ଙ୍କୁ ଗୋଡାଇ ଗୋଡାଇ ହାଣିଲେ ଛଅ ଦୁର୍ବୁତ୍ତ

ଅନୁଗୁଳ, (୧୬/୦୬) : ଆପ୍ର : ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ଅନ୍ତର୍ଗତ ନନ୍ଦପୁର ଛକ ଠାରେ ଯୁବକ ଙ୍କୁ ଗୋଡାଇ ଗୋଡାଇ ହାଣିଲେ...