ବ୍ରାହ୍ମଣୀରେ ଅଘଟଣ; ଗାଧୋଇବା ବେଳେ ଭାସିଗଲେ ୩ ସାଙ୍ଗ, ଜଣେ ମୃତ, ୨ ନିଖୋଜ

Date:

Share post:

ଅନୁଗୁଳ, (୦୮/୦୬) : ଆପ୍ର : ଅନୁଗୁଳ ଜିଲ୍ଲା ତାଳଚେରରେ ସୋମବାର ଏକ ହୃଦୟବିଦାରକ ଅଘଟଣ ଘଟିଛି । ବ୍ରାହ୍ମଣୀ ନଦୀରେ ଗାଧୋଇବା ବେଳେ ୩ ଜଣ ସାଙ୍ଗ ନଦୀ ସୁଅରେ ଭାସିଯାଇଥିବା ବେଳେ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି ।

ଅନ୍ୟ ୨ ଜଣଙ୍କ ଖୋଜଖବର ଏପର୍ଯ୍ୟନ୍ତ ମିଳିନଥିବାରୁ ପରିବାର ଓ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଚିନ୍ତା ବଢ଼ିଛି । ସୂଚନା ଅନୁସାରେ, ତାଳଚେର ଜଗନ୍ନାଥ ମନ୍ଦିର ନିକଟସ୍ଥ ବ୍ରାହ୍ମଣୀ ନଦୀ ଘାଟକୁ ୩ ଜଣ ସାଙ୍ଗ ଗାଧୋଇବା ପାଇଁ ଯାଇଥିଲେ । ହେଲେ ଗାଧୋଉଥିବା ସମୟରେ ହଠାତ୍ ସେମାନେ ନଦୀର ଗଭୀର ସୁଅରେ ଫସି ଭାସିଯାଇଥିଲେ । ଏହା ଦେଖି ସ୍ଥାନୀୟ ଲୋକେ ତୁରନ୍ତ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ ।

ଖବର ପାଇ ତାଳଚେର ଅଗ୍ନିଶମ ବିଭାଗର ଟିମ୍ ଘଟଣାସ୍ଥଳରେ ପହଞ୍ଚି ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଦୀର୍ଘ ସମୟ ଖୋଜାଖୋଜି ପରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଥିବା ବେଳେ ଅନ୍ୟ ୨ ଜଣଙ୍କ ସନ୍ଧାନରେ ଅପରେସନ୍ ଜାରି ରହିଛି । ଏହି ଘଟଣା ପରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ମୃତକଜଣକ ଗଣେଶ ଗୋଛାୟତ ହୋଇଥିବା ବେଳେ ନିଖୋଜ ଦୁଇଜଣ ଶକ୍ତି ସାହୁ ଓ ପ୍ରିନ୍ସ ଲୁହାର ହୋଇଥିବା ଜଣାପଡିଛି ।

LEAVE A REPLY

Please enter your comment!
Please enter your name here

spot_img

Related articles

ହୋଟେଲକୁ ନେଇ ଯୁବତୀଙ୍କ ସହ ଦୁଷ୍କର୍ମ, ପୁରୁଷ ବନ୍ଧୁ ଅଟକ

ଭୁବନେଶ୍ୱର, (୦୮/୦୬) : ଆପ୍ର : ରାଜଧାନୀ ଭୁବନେଶ୍ୱରରେ ଲଜ୍ଜା । ଧୋକା ଦେଇ ଦେଲା ପୁରୁଷ ବନ୍ଧୁ । ସମୟ ବିତାଇବା ଆଳରେ...

ବାଇକକୁ ଧକ୍କାଦେଲା ଟ୍ରକ, ବାପ ଝିଅ ମୃତ

ସୋର, (୦୮/୦୬) : ଆପ୍ର : ମର୍ମନ୍ତୁଦ ଦୁର୍ଘଟଣା । ବାଇକକୁ ଧକ୍କାଦେଲା ଟ୍ରକ, ବାପ ଝିଅ ମୃତ । ବାଲେଶ୍ବର ଜିଲ୍ଲା ସୋର...

ଶିକ୍ଷକଙ୍କୁ ମାରଣାସ୍ତ୍ରରେ ଆକ୍ରମଣ, ଦୁର୍ବୃତ୍ତ ଫେରାର

ପଦ୍ମପୁର, (୦୮/୦୬) : ଆପ୍ର : ଶିକ୍ଷକଙ୍କୁ ମାରଣାସ୍ତ୍ରରେ ଆକ୍ରମଣ । ମେଲଛାମୁଣ୍ଡା ଥାନା ଅର୍ନ୍ତଗତ ଘେଁସ ଠାରେ ରାଜରାସ୍ତା ଜନଗହଳିପୂର୍ଣ୍ଣ ସ୍ଥାନରେ ଜଣେ...

ସମ୍ପତ୍ତି ଲୋଭ ହେଲା କାଳ, ୫ ବର୍ଷର ଶିଶୁକୁ ମିଠାରେ ବିଷ ଦେଇ ମାରିବାକୁ ଉଦ୍ୟମ

କଟକ, (୦୮/୦୬) : ଆପ୍ର : କଟକ ସାଲେପୁରରେ ଚାଞ୍ଚଲ୍ୟ । ସମ୍ପତ୍ତି ଲୋଭ ହେଲା କାଳ । ହିତାହିତ ଜ୍ଞାନ ଭୁଲିଗଲା ମଣିଷ...