ଯୁବତୀଙ୍କୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ, ତଦନ୍ତ କଲେ ଏସ୍ ପି

Date:

Share post:

ନବରଙ୍ଗପୁର, (୧୬/୦୬) : ଆପ୍ର : ରଜ ରାତିରେ ଯୁବତୀଙ୍କୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ ଘଟଣାରେ ତଦନ୍ତ କଲେ ନବରଙ୍ଗପୁର ଏସ୍ ପି ।

ନବରଙ୍ଗପୁର ଜିଲ୍ଲା କୋଡ଼ିଙ୍ଗା ଥାନା ଅନ୍ତର୍ଗତ ଚଚରାଗୁଡା ଗ୍ରାମରେ ରଜ ରାତିରେ ଯୁବତୀଙ୍କୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ ଘଟଣା ରେ ନବରଙ୍ଗପୁର ଏସ୍ପି ଜଗଦୀଶ ପାର୍ଥ କଶ୍ୟପ ଚଚରାଗୁଡା ଗ୍ରାମକୁ ଯାଇ ଘଟଣା ସ୍ଥଳ ପରିଦର୍ଶନ କରିଛନ୍ତି । ଏବଂ ମୃତ ଯୁବତୀଙ୍କ ପରିବାର ବର୍ଗଙ୍କ ସହିତ ଆଲୋଚନା କରିଛନ୍ତି । ପ୍ରାଥମିକ ତଦନ୍ତରୁ ଏହା ଉଭୟ ଆତ୍ମହତ୍ୟା ଓ ହତ୍ୟା ର ସନ୍ଦେହ ଘନୀଭୂତ ହୋଇଛି । ଏବଂ ପରିବାର ଲୋକଙ୍କ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ ଅନୁସାରେ ସେ ଦିଗରେ ମଧ୍ୟ ତଦନ୍ତ କରାଯିବ ବୋଲି ଏସ୍ପି କହିଛନ୍ତି ।

ସାଇଣ୍ଟିଫିକ ଟିମର ରିପୋର୍ଟ ତଥା ଶବ ବ୍ୟବଚ୍ଛେଦ ରିପୋର୍ଟ ଆଧାରରେ ତଦନ୍ତ କରାଯିବ ବୋଲି ଏସ୍ପି କହିଛନ୍ତି । ଘଟଣାରେ ଜଡିତ ଅଭିଯୁକ୍ତଙ୍କୁ ଖୁବ ଶୀଘ୍ର ଗିରଫ କରାଯିବ ବୋଲି କହିଛନ୍ତି ଏସ୍ ପି । ଏହାସହ ଆବଶ୍ୟକ ଅନୁସାରେ ପରିବାର ଲୋକେ ଯାହା ଦାବି କରିଛନ୍ତି ଅଗ୍ରାଧିକାର ଭିତ୍ତିରେ ସେ ଦିଗ ରେ ତଦନ୍ତ କରାଯିବ ବୋଲି ଏସ୍ ପି କହିଛନ୍ତି ।

LEAVE A REPLY

Please enter your comment!
Please enter your name here

spot_img

Related articles

ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ : ୪ ଅଭିଯୁକ୍ତ ଗିରଫ, କୋର୍ଟ ଚାଲାଣ

ପାଟଣାଗଡ଼, (୧୬/୦୬) : ଆପ୍ର : ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ଘଟଣାରେ ପାଟଣାଗଡ଼ ପୋଲିସ...

ସୁନ୍ଦରଗଡ଼ରେ ଭୟଙ୍କର ଟ୍ରେଲର ଧକ୍କା, ଦୁଇ ଡ୍ରାଇଭର ଜୀବନ୍ତ ଦଗ୍ଧ

ସୁନ୍ଦରଗଡ଼, (୧୬/୦୬) : ଆପ୍ର : ଜୀଅନ୍ତା ଜଳିଗଲେ ଦୁଇ ଟ୍ରକ ଡ୍ରାଇଭର । ସୁନ୍ଦରଗଡ଼ ଜିଲ୍ଲା ଭସ୍ମା ଥାନା କଇଁତରା ବିଜୁ ଏକ୍ସପ୍ରେସ...

ଦିଘାରୁ ହଟିଲା ‘ଧାମ’ ଶବ୍ଦ: ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ଗଣସମ୍ବର୍ଦ୍ଧନା

ଭୁବନେଶ୍ୱର, (୧୬/୦୬) : ଆପ୍ର : ଜଗନ୍ନାଥ ସଂସ୍କୃତିର ସୁରକ୍ଷା ଏବଂ ଓଡ଼ିଆ ଅସ୍ମିତାକୁ ବିଶ୍ୱ ଦରବାରରେ ପ୍ରତିଷ୍ଠିତ କରିବା ପାଇଁ ଦୃଢ଼ ପଦକ୍ଷେପ...

ଯୁବକ ଙ୍କୁ ଗୋଡାଇ ଗୋଡାଇ ହାଣିଲେ ଛଅ ଦୁର୍ବୁତ୍ତ

ଅନୁଗୁଳ, (୧୬/୦୬) : ଆପ୍ର : ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ଅନ୍ତର୍ଗତ ନନ୍ଦପୁର ଛକ ଠାରେ ଯୁବକ ଙ୍କୁ ଗୋଡାଇ ଗୋଡାଇ ହାଣିଲେ...