ଫାଷ୍ଟଫୁଡ୍ ଦୋକାନ ପରିସର ପାଲଟିଲା ରଣକ୍ଷେତ, ଯୁବକଙ୍କୁ ଅତି ନୃଶଂସ ଭାବେ ହତ୍ୟା କଲେ ଦୁର୍ବୃତ୍ତ

Date:

Share post:

କଣ୍ଟାମାଳ, (୨୭/୦୬) : ଆପ୍ର : ବୌଦ୍ଧରେ ବୀଭତ୍ସ ହତ୍ୟାକାଣ୍ଡ । ବିଅର ବୋତଲରେ ଗଳା କାଟିବା ପରେ ପଥରରେ ଛେଚି ଯୁବକଙ୍କୁ ଅତି ନୃଶଂସ ଭାବେ ହତ୍ୟା କଲେ ଦୁର୍ବୃତ୍ତ ।

ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅଞ୍ଚଳରେ ହତ୍ୟାକାଣ୍ଡ ଘଟିଛି । ବିଳମ୍ବିତ ରାତିରେ ଜଣେ ଯୁବକଙ୍କୁ ଅତି ବର୍ବରୋଚିତ ଭାବେ ହତ୍ୟା କରି ଦୁର୍ବୃତ୍ତମାନେ ଫେରାର ହୋଇଯାଇଛନ୍ତି । ମୃତ ଯୁବକ ହେଉଛନ୍ତି ମନମୁଣ୍ଡା ଥାନା ଅନ୍ତର୍ଗତ ଋଷିବନ୍ଧ ଗାଁର କପିଲ ନାଏକ । ଫାଷ୍ଟଫୁଡ୍ ଦୋକାନ ପରିସର ପାଲଟିଲା ରଣକ୍ଷେତ୍ର । ମହୁଲି-ଡିଗି ରାସ୍ତା ମୁହାଣ ନିକଟରେ ଥିବା ଏକ ଫାଷ୍ଟ ଫୁଡ୍ ସେଣ୍ଟର’ ପରିସରରେ ରକ୍ତାକ୍ତ ସଂଘର୍ଷ ଘଟିଛି । ଦୁର୍ବୃତ୍ତମାନେ କପିଲଙ୍କୁ ଏକ କାଠ ଫାଲିଆ ଓ ବିଅର ବୋତଲରେ ତାଙ୍କ ଗଳା କାଟି ଦେଇଥିବା ଅଭିଯୋଗ ହୋଇଛି ।

ଏତିକିରେ ହତ୍ୟାକାରୀଙ୍କ ମନ ବୁଝିନଥିଲା, ପରବର୍ତ୍ତୀ ସମୟରେ ବଡ଼ ପଥରରେ ତାଙ୍କ ମୁଣ୍ଡ ଓ ଶରୀରକୁ ଛେଚି ଅତି ନୃଶଂସ ଭାବେ ହତ୍ୟା କରିଥିବା ନେଇ ଅଭିଯୋଗ ହୋଇଛି । ଘଟଣାସ୍ଥଳରେ ହିଁ କପିଲଙ୍କ ମୃତ୍ୟୁ ହୋଇଥିବା ବେଳେ ଅଭିଯୁକ୍ତମାନେ ସେଠାରୁ ଚମ୍ପଟ ମାରିଛନ୍ତି । ସକାଳୁ ସ୍ଥାନୀୟ ଲୋକେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ । ସେମାନେ ତୁରନ୍ତ ମୃତକଙ୍କ ପରିବାରକୁ ଖବର ଦେଇଥିଲେ ।

ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚିବା ପରେ ମନମୁଣ୍ଡା ଥାନା ପୋଲିସକୁ ସୂଚନା ଦେଇଥିଲେ । ଖବର ପାଇ ମନମୁଣ୍ଡା ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ଛାନଭିନ ଓ ଅଭିଯୁକ୍ତମାନଙ୍କୁ ଧରିବା ପାଇଁ ତଦନ୍ତ ଆରମ୍ଭ କରିଛି । ବୀଭତ୍ସ ହତ୍ୟାକାଣ୍ଡ ପରେ ସମଗ୍ର ଅଞ୍ଚଳରେ ତୀବ୍ର ଭୟ ଓ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି । ମୃତ କପିଲ ଥିଲେ ପରିବାରର ଏକମାତ୍ର ରୋଜଗାରିଆ ପୁଅ ।

LEAVE A REPLY

Please enter your comment!
Please enter your name here

spot_img

Related articles

ବିଳମ୍ବରେ ଆରମ୍ଭ ଉଦ୍ୟମୀ ଓଡ଼ିଶା କାର୍ଯ୍ୟକ୍ରମ

ରାୟଗଡା, (୨୭/୦୬) : ଆପ୍ର : ରାୟଗଡା ଜି.ସି.ଡି ଖେଳ ପଡିଆ ଠାରେ ଚଳିତ ମାସ ୨୭ ତାରିଖ ଠାରୁ ଆରମ୍ଭ ହୋଇ ଜୁଲାଇ...

ମହାପ୍ରଭୁଙ୍କ ସ୍ନାନଯାତ୍ରା ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ହାଇ-ଟେକ୍ ନଜର ଏବଂ ଡିଜିଟାଲ୍ ସର୍ଭେଲାନ୍ସ ରହିବ ଶ୍ରୀକ୍ଷେତ୍ର

ପୁରୀ, (୨୭/୦୬) : ଆପ୍ର : ମହାପ୍ରଭୁଙ୍କ ସ୍ନାନଯାତ୍ରା ପାଇଁ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି । ଜୁନ୍ ୨୯ରେ ଅନୁଷ୍ଠିତ ହେବାକୁ...

ଆଜିଠାରୁ ୫ ଦିନ ଅସ୍ଥିର ରହିବ ପାଗ; ବଜ୍ରପାତ ଓ ପ୍ରବଳ ବର୍ଷା ନେଇ IMDର ପୂର୍ବାନୁମାନ

ଭୁବନେଶ୍ୱର, (୨୭/୦୬) : ଆପ୍ର : ଆସନ୍ତା ୫ ଦିନ ରାଜ୍ୟରେ ପାଗ ବଦଳିବ। ବର୍ଷା ସହ ବଜ୍ରପାତ ଓ ଘଣ୍ଟାପ୍ରତି ୪୦ରୁ ୫୦...

ପାଠ୍ୟପୁସ୍ତକରେ ତ୍ରୁଟି, ତଦନ୍ତ ରିପୋର୍ଟ ପରେ ଆକ୍ସନ୍ ମୋଡରେ ସରକାର; ନିଲମ୍ବିତ ହେଲେ ୪ ଅଧିକାରୀ

ଭୁବନେଶ୍ୱର, (୨୭/୦୬) : ଆପ୍ର : ରାଜ୍ୟର ସ୍କୁଲ ପାଠ୍ୟପୁସ୍ତକରେ ମିଳିଥିବା ତ୍ରୁଟିକୁ ନେଇ ସରକାର ନେଇଛନ୍ତି କଡ଼ା ପଦକ୍ଷେପ । ମୁଖ୍ୟମନ୍ତ୍ରୀ ମୋହନ...