HomeBlogବୀରମହାରାଜପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୩ଟି ଅଭିଯୋଗ ର ଦରଖାସ୍ତ ଗ୍ରହଣ

ବୀରମହାରାଜପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୩ଟି ଅଭିଯୋଗ ର ଦରଖାସ୍ତ ଗ୍ରହଣ

ସୁବର୍ଣ୍ଣପୁର, (୧୬/୧୧) : ଆପ୍ର : ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜପୁର ବ୍ଲକ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି ।WhatsApp Image 2026 11 17 at 09.44.03

ଏହି ଶିବିରରେ ଜିଲ୍ଲାପାଳ ଦେବାଶିଷ ସିଂ ଓ ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ । ସର୍ବମୋଟ ୯୩ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିଲା, ସେଥିମଧ୍ୟରୁ ୭୬ଟି ବ୍ୟକ୍ତିଗତ ଏବଂ ୧୭ଟି ସାମୂହିକ ଦରଖାସ୍ତ ଥିଲା । ସେଥିମଧ୍ୟରୁ ୧ଟି ଦରଖାସ୍ତର ସ୍ଥାନରେ ହିଁ ସମାଧାନ କରାଯାଇଥିଲା ।

ବାକି ଦରଖାସ୍ତଗୁଡ଼ିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କ ନିକଟକୁ ପ୍ରେରଣ କରାଯାଇଛି। ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଅନୁରୁଦ୍ଧ ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ଅଶ୍ୱିନୀ ମେହେର, ବୀରମହାରାଜପୁର ଉପ ଜିଲ୍ଲାପାଳ ସୁରେନ୍ଦ୍ର ମେହେର, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ. ଉଷାରାଣୀ ଦାସ, ବୀରମହାରାଜପୁର ତହସିଲଦାର ସୁଚିସ୍ମିତା ପାଣିଗ୍ରାହୀ, ବିଡିଓ ରାଜୀବ ହାଂସଦା, ସହାୟକ ଜିଲ୍ଲାପାଳ (ଜନ ଅଭିଯୋଗ) ପ୍ରିୟଦର୍ଶିନୀ ସାହୁ, ପ୍ରମୁଖ ମଞ୍ଚାସୀନ ଥିଲେ । ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ତାଙ୍କର ବ୍ଲକ ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments