ଚାଉଳର ମିଲିଂ ୨ଗୁଣା ବୃଦ୍ଧି

Date:

Share post:

ଭୁବନେଶ୍ୱର, (୦୬/୦୬) : ଆପ୍ର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଚାଉଳର ମିଲିଂ ଖର୍ଚ୍ଚ ବୃଦ୍ଧି ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି ।

ଚାଷୀମାନଙ୍କ ଠାରୁ ଧାନ ଯେପରି ସୁରୁଖୁରୁରେ ସଂଗ୍ରହ ହେବ ତାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ଉଷୁନା ଚାଉଳର ମିଲିଂ ଦର ବର୍ତ୍ତମାନ କ୍ୱିଣ୍ଟାଲ ପିଛା ୨୦ ଟଙ୍କା ଥିବା ବେଳେ ଏହାକୁ ୪୦ ଟଙ୍କାକୁ ବୃଦ୍ଧି କରାଯାଇଛି । ସେହିପରି ଅରୁଆ ଚାଉଳର ମିଲିଂ ଦର କ୍ୱିଣ୍ଟାଲ ପିଛା ୧୦ ଟଙ୍କା ଥିବା ବେଳେ ଏହାକୁ ୨୦ ଟଙ୍କାକୁ ବୃଦ୍ଧି କରାଯାଇଛି । ଏହାଦ୍ୱାରା ମିଲର ମାନଙ୍କ ସମସ୍ୟା ଦୂର ହେବା ସହ ଚାଷୀ ମାନଙ୍କ ଠାରୁ ସୁରୁଖୁରରେ ଧାନ ସଂଗ୍ରହ ହୋଇପାରିବ ଏବଂ ରାଜ୍ୟର ଖାଦ୍ୟ ସୁରକ୍ଷା ବ୍ୟବସ୍ଥା ସୁଦୃଢ଼ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି । ସୂଚନାଯୋଗ୍ୟ ଯେ,ଗତ କିଛି ବର୍ଷ ମଧ୍ୟରେ ଶ୍ରମିକ ମଜୁରୀ,ପେଟ୍ରୋଲ ଓ ଅନ୍ୟାନ୍ୟ ମିଲିଂ ସାମଗ୍ରୀର ଦର ବୃଦ୍ଧି ହୋଇଥିବା ବେଳେ ଅନ୍ୟାନ୍ୟ ରାଜ୍ୟରେ ମିଲିଂ ଦର ଆମ ରାଜ୍ୟ ଠାରୁ ଯଥେଷ୍ଟ ଅଧିକ ରହିଛି ।

LEAVE A REPLY

Please enter your comment!
Please enter your name here

spot_img

Related articles

ବରଗଡ଼ରେ ସରକାରୀ ବ୍ୟବସ୍ଥାର ବିକଳ ଚିତ୍ର: ମିଳିଲାନି ଶବବାହୀ ଗାଡ଼ି, ବାଧ୍ୟ ହୋଇ ସାଇକେଲରେ ଶବ ବୋହିଲେ ପରିବାର ଲୋକ

ବରଗଡ, (୨୬/୦୬) : ଆପ୍ର : ପଦ୍ମପୁର ଉପଖଣ୍ଡ ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗାଁ'ରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି ।...

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା, ୮ ରାଉଣ୍ଡ ଗୁଳି ମାଡ଼

ବାଲେଶ୍ଵର, (୨୬/୦୬) : ଆପ୍ର : ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା । ଗୋଟିଏ କି ଦୁଇଟି ନୁହେଁ ଆଠଟି ଗୁଳି...

ପୁରୀ ସମୁଦ୍ରରେ ଅଘଟଣ, ବୁଡ଼ିଯାଉଥିବା ବେଳେ ଉଦ୍ଧାର କଲେ ଲାଇଫଗାର୍ଡ

ପୁରୀ, (୨୬/୦୬) : ଆପ୍ର : ବୁଡ଼ିଯାଉଥିବା ବେଳେ ପର୍ଯ୍ୟଟକ ଉଦ୍ଧାର । ପୁରୀ ସମୁଦ୍ରରେ ବୁଡ଼ିଯାଉଥିବା ପର୍ଯ୍ୟଟକଙ୍କୁ ଉଦ୍ଧାର କଲେ ଲାଇଫଗାର୍ଡ । କ୍ୟାମେରାରେ...

ମଣ୍ଡିରୁ ଉଠୁନି ଧାନ, ଚିନ୍ତାରେ ଚାଷୀ

ସୁବର୍ଣ୍ଣପୁର, (୨୬/୦୬) : ଆପ୍ର : ମଣ୍ଡିରେ ପଡ଼ିଛି ଧାନ । ଚିନ୍ତାରେ ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ କଳାପଥର ଅଞ୍ଚଳର ଚାଷୀ । ୧୫ଦିନ...