Homelocalବଙ୍ଗୋପସାଗରରେ ବାତ୍ୟା ଭୟ ; ୬ ଜିଲ୍ଲାକୁ ପ୍ରବଳ ବର୍ଷା ଆଲର୍ଟ

ବଙ୍ଗୋପସାଗରରେ ବାତ୍ୟା ଭୟ ; ୬ ଜିଲ୍ଲାକୁ ପ୍ରବଳ ବର୍ଷା ଆଲର୍ଟ

ଭୁବନେଶ୍ୱର, (୧୫/୧୧) : ଆପ୍ର : ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଅବପାତରେ ପରିଣତ ହୋଇଛି ।

ଏହା କ୍ରମଶଃ ଘନୀଭୂତ ହୋଇ ୧୬ ତାରିଖ ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପ ନେବା ସହ ୧୭ ତାରିଖରେ ଭୀଷଣ ବାତ୍ୟାରେ ପରିଣତ ହେବାର ଆଶଙ୍କା ରହିଛି । ସମ୍ଭାବ୍ୟ ବାତ୍ୟାର ପ୍ରଭାବ ଓଡ଼ିଶା ଉପରେ ମଧ୍ୟ ପଡ଼ିବାକୁ ଥିବାରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ୧୮, ୧୯ ଓ ୨୦ ତାରିଖରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ସମ୍ଭାବ୍ୟ ବାତ୍ୟାର ପ୍ରଭାବରେ ଓଡ଼ିଶାର ଉପକୂଳ ଓ ଦକ୍ଷିଣ ଜିଲ୍ଲାଗୁଡ଼ିକରେ ବର୍ଷାର ପରିମାଣ ବଢ଼ିପାରେ । ବିଶେଷକରି ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାକୁ ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି । ଅନ୍ୟପକ୍ଷରେ ସମ୍ଭାବ୍ୟ ବାତ୍ୟାକୁ ନଜରରେ ରଖି ମତ୍ସ୍ୟଜୀବୀଙ୍କ ପାଇଁ ସତର୍କ ସୂଚନା ଜାରି ହୋଇଛି । ସମୁଦ୍ର ମଧ୍ୟରେ ଥିବା ସମସ୍ତ ମତ୍ସ୍ୟଜୀବୀଙ୍କୁ ଆଜି ସୁଦ୍ଧା କୂଳକୁ ଫେରି ଆସିବାକୁ ଚେତାବନୀ ଦିଆଯାଇଛି ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments