Homelocalଓଡ଼ିଶାକୁ ବାତ୍ୟା ଭୟ! ୨୭ରେ ୩ ଜିଲ୍ଲାକୁ ରେଡ୍ ଆଲର୍ଟ;ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ

ଓଡ଼ିଶାକୁ ବାତ୍ୟା ଭୟ! ୨୭ରେ ୩ ଜିଲ୍ଲାକୁ ରେଡ୍ ଆଲର୍ଟ;ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ

ଭୁବନେଶ୍ଵର, (୨୫/୧୦) : ଆପ୍ର : ଓଡ଼ିଶାରେ ସମ୍ଭାବ୍ୟ ବାତ୍ୟା ଓ ଏହାର ପ୍ରଭାବକୁ ମୁକାବିଲା କରିବା ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଜୋରଦାର କରିଛନ୍ତି ।

ଆସନ୍ତା ୨୬ ତାରିଖରୁ ବର୍ଷା ଆରମ୍ଭ ହେବାର ସମ୍ଭାବନା ଥିବାବେଳେ ୨୭ ତାରିଖ ପାଇଁ ପୁରୀ, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି ହୋଇଥିବା ରାଜସ୍ୱ ମନ୍ତ୍ରୀ ସୂଚନା ଦେଇଛନ୍ତି । ତେବେ ସମ୍ଭାବ୍ୟ ଅବପାତ କେଉଁଠି ସ୍ଥଳଭାଗ ଛୁଇଁବ, ସେନେଇ ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଏଯାଏଁ ସ୍ପଷ୍ଟ ସୂଚନା ମିଳିନାହିଁ ।ମନ୍ତ୍ରୀଙ୍କ ସୂଚନା ଅନୁସାରେ, ପ୍ରାଥମିକ ଆକଳନ ଅନୁଯାୟୀ ଏହା କାକିନାଡ଼ାରୁ ଗୋପାଳପୁର ମଧ୍ୟବର୍ତ୍ତୀ ଉପକୂଳ ଅଞ୍ଚଳ ଦେଇ ଅତିକ୍ରମ କରିପାରେ । ଏହାପରେ ଓଡ଼ିଶା ଅତିକ୍ରମ କରି ଛତିଶଗଡ଼ ଦେଇ ଝାଡ଼ଖଣ୍ଡ ଆଡ଼କୁ ଗତି କରିବାର ଆକଳନ କରାଯାଉଛି । ତେବେ ଏହାର ଗତିପଥ ଓ ସ୍ଥଳଭାଗ ଛୁଇଁବା ସ୍ଥାନ ସମ୍ପର୍କରେ ଅଧିକ ସ୍ପଷ୍ଟତା ପାଇଁ ପାଣିପାଗ ବିଭାଗର ପରବର୍ତ୍ତୀ ସୂଚନାକୁ ଅପେକ୍ଷା କରାଯାଇଛି ।

ସମ୍ଭାବ୍ୟ ବିପର୍ଯ୍ୟୟକୁ ଦୃଷ୍ଟିରେ ରଖି ସରକାରୀ ଅଧିକାରୀଙ୍କ ଛୁଟି ବାତିଲ୍ କରାଯାଇଛି । ଛୁଟିରେ ଥିବା ଅଧିକାରୀଙ୍କୁ ତୁରନ୍ତ କାର୍ଯ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ଆସନ୍ତାକାଲି ଛୁଟି ଥିଲେ ମଧ୍ୟ ସମସ୍ତଙ୍କୁ ବାତ୍ୟା ମୁକାବିଲା ପ୍ରସ୍ତୁତି କାର୍ଯ୍ୟରେ ସାମିଲ ହେବାକୁ କୁହାଯାଇଛି । ଜିଲ୍ଲା ପ୍ରଶାସନଠାରୁ ଆରମ୍ଭ କରି ସମ୍ପୃକ୍ତ ବିଭାଗଗୁଡ଼ିକୁ ସଜାଗ ରହିବାକୁ ନିର୍ଦ୍ଦେଶ ରହିଛି ।

ସେହିପରି ସମୁଦ୍ରରେ ଥିବା ମତ୍ସ୍ୟଜୀବୀମାନଙ୍କୁ ଆସନ୍ତାକାଲି ସକାଳ ସୁଦ୍ଧା କୂଳକୁ ଫେରିଆସିବାକୁ କୁହାଯାଇଛି। ରିଲିଫ୍ ସାମଗ୍ରୀ ମହଜୁଦ ରଖିବା ସହ ବାତ୍ୟା ଆଶ୍ରୟସ୍ଥଳଗୁଡ଼ିକୁ ପ୍ରସ୍ତୁତ ରଖିବା ଉପରେ ଗୁରୁତ୍ୱ ଦିଆଯାଇଛି। ଯେକୌଣସି ଜରୁରୀ ପରିସ୍ଥିତିର ମୁକାବିଲା ପାଇଁ ଓଡ୍ରାଫ୍ ଓ ଏନ୍‌ଡିଆର୍‌ଏଫ୍‌ ଟିମ୍‌କୁ ମଧ୍ୟ ସଜାଗ ରଖାଯାଇଛି।ରାଜସ୍ୱ ମନ୍ତ୍ରୀ କହିଛନ୍ତି ଯେ, ବାତ୍ୟାର ସମ୍ଭାବ୍ୟ ପ୍ରଭାବକୁ ମୁକାବିଲା କରିବା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments