ତୀର୍ଥଯାତ୍ରୀ ବସ ଦୁର୍ଘଟଣା, ଜଣେ ମୃତ

Date:

Share post:

ସୋର, (୧୫/୦୬) : ଆପ୍ର : ଟ୍ରକ ସହ ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୧୫ରୁ ଅଧିକ ଆହତ ହୋଇଥିଲାବେଳେ ଜଣଙ୍କର ମୃତ୍ୟୁ ଘଟିଛି ।

ବାଲେଶ୍ଵର ଜିଲ୍ଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଆଦିରୁପା ପେଟ୍ରୋଲ ପମ୍ପ ନିକଟରେ ଟ୍ରକ ସହ ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଘଟିଛି । ସୂଚନାନୁଯାୟୀ, ତାମିଲନାଡୁରୁ ଏକ ତୀର୍ଥଯାତ୍ରୀ ବସ ୫୦ରୁ ଅଧିକ ଲୋକଙ୍କ ନେଇ ବାହାରିଥିଲା । ଆଜି ସକାଳେ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବିଦୁ ଆଦିରୁପା ପେଟ୍ରୋଲ ପମ୍ପ ନିକଟରେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକକୁ ଧକ୍କା ଦେଇଥିଲା। ବସରେ ଥିବା ୧୫ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ବେଳେ ଘଟଣା ସ୍ଥଳରେ ଗାଡି ଚାଳକଙ୍କ ମୃତ୍ୟୁ ହୋଇଛି । ସ୍ଥାନୀୟ ଲୋକଙ୍କ ଠାରୁ ଖବର ପାଇ ପୋଲିସ ଓ ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରି ସୋର ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି।

LEAVE A REPLY

Please enter your comment!
Please enter your name here

spot_img

Related articles

ଉତ୍ତର-ଉପକୂଳ ଛୁଇଁଲା ମୌସୁମି

ଭୁବନେଶ୍ବର, (୧୭/୦୬) : ଆପ୍ର : ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ଉତ୍ତର-ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକୁ ସ୍ପର୍ଶ କରିଥିବା ବେଳେ ଦକ୍ଷିଣ-ପଶ୍ଚିମ ଓଡ଼ିଶାର ୮ଟି ଜିଲ୍ଲାକୁ...

୨୮ରୁ ଓଟିଇଟି

କଟକ, (୧୭/୦୬) : ଆପ୍ର : ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ୨୦୨୬ ବର୍ଷର ଓଡ଼ିଶା ଶିକ୍ଷକ ଯୋଗ୍ୟତା ଟେଷ୍ଟ (ଓଟିଇଟି)...

ରଥଯାତ୍ରା ସଂପର୍କିତ ପ୍ରସ୍ତୁତି ବୈଠକର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର, (୧୭/୦୬) : ଆପ୍ର : ପୁରୀ ରଥଯାତ୍ରା ସଂପର୍କିତ ପ୍ରସ୍ତୁତି ଲାଗି ବିଭିନ୍ନ କାର୍ଯ୍ୟ ଅଗ୍ରଗତି ନେଇ ବୈଠକରେ ମୁଖ୍ୟ ଶାସନ ସଚିବ...

ରାମକୃଷ୍ଣ ନଗରରେ ରଜ ମଉଜ ପାଳିତ

ରାୟଗଡା, (୧୭/୦୬) : ଆପ୍ର : ବିବିଧତା ଭିତରେ ଏକତା, ସ୍ନେହ ଶ୍ରଦ୍ଧା, ଆନ୍ତରିକତା ଓ ଆତ୍ମୀୟତାର ପରିଚୟ ଦେଇଛି ରଜ ପର୍ବ ।...