ରାୟଗଡାରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

Date:

Share post:

ରାୟଗଡା, (୨୧/୦୬) : ଆପ୍ର : ଆନ୍ତର୍ଜାତୀୟ ଯୋଗ ଦିବସ ଉପଲକ୍ଷେ ରାୟଗଡା ଜିଲ୍ଲାର ଆମ୍ବାଗୁଡ଼ା ସ୍ଥିତ ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମ୍‌ରେ ଜିଲ୍ଲା ପ୍ରଶାସନ ଓ କ୍ରୀଡ଼ା ବିଭାଗର ମିଳିତ ଆନୁକୂଲ୍ୟରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି ।

ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ରୀ ନବୀନ ନାୟକ, ଏସ୍‌ଡିସି ଅଧ୍ୟକ୍ଷ ଶ୍ରୀ ବିଦ୍ୟାଧର ସାବର, ଏସ୍‌ଡିସି ଉପାଧ୍ୟକ୍ଷା ଶ୍ରୀମତୀ ମଞ୍ଜୁଳା ମିନିଆକା, ଜିଲ୍ଲା କ୍ରୀଡ଼ା ଅଧିକାରୀ ଶ୍ରୀ ସେଖ ଆଲେନୁର, ଭାରପ୍ରାପ୍ତ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ଦେବରାଜ ଟାକ୍ରି ଏବଂ ଭାରପ୍ରାପ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଭଜନଲାଲ ମାଝୀ ପ୍ରମୁଖ ଉପସ୍ଥିତ ରହି ଯୋଗର ଗୁରୁତ୍ୱ ଉପରେ ମତବ୍ୟକ୍ତ କରିଥିଲେ । କାର୍ଯ୍ୟକ୍ରମରେ ଅଭିଜ୍ଞ ଯୋଗ ପ୍ରଶିକ୍ଷକମାନେ ଯୋଗାଭ୍ୟାସର ବିଭିନ୍ନ ଆସନ ଓ ପ୍ରାଣାୟାମ ପ୍ରଦର୍ଶନ କରିଥିଲେ। ସେମାନଙ୍କ ନିର୍ଦ୍ଦେଶନାରେ ଉପସ୍ଥିତ ସମସ୍ତ ଅଂଶଗ୍ରହଣକାରୀ ଯୋଗାଭ୍ୟାସ କରିଥିଲେ। ଯୋଗ ଶରୀର ଓ ମନକୁ ସୁସ୍ଥ ରଖିବା ସହିତ ଜୀବନଶୈଳୀକୁ ସନ୍ତୁଳିତ କରିଥାଏ ବୋଲି ବକ୍ତାମାନେ ମତ ପ୍ରକାଶ କରିଥିଲେ ।

ଏହି ଜିଲ୍ଲାସ୍ତରୀୟ ଉତ୍ସବରେ ଭାରତୀୟ ମଜଦୁର ସଂଘର ସଦସ୍ୟ, ଯୋଗ ଗୁରୁ, ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ, କ୍ରୀଡ଼ାବିତ୍, ସମାଜସେବୀ, ସ୍ଥାନୀୟ ଜନସାଧାରଣ ତଥା ବିଭିନ୍ନ ବର୍ଗର ପ୍ରାୟ ୫୦୦ ଜଣ ଲୋକ ଅଂଶଗ୍ରହଣ କରିଥିଲେ। ସମସ୍ତେ ଏକାଠି ଯୋଗାଭ୍ୟାସ କରି ସୁସ୍ଥ ଜୀବନ ପାଇଁ ଯୋଗକୁ ଦୈନନ୍ଦିନ ଜୀବନର ଅଂଶ କରିବାକୁ ସଂକଳ୍ପ ନେଇଥିଲେ ।

LEAVE A REPLY

Please enter your comment!
Please enter your name here

spot_img

Related articles

୧୯ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ୍, ୨ ଗିରଫ

କଟକ, (୨୨/୦୬) : ଆପ୍ର : ଦୁଇଟି ଭିନ୍ନ ଭିନ୍ନ ସ୍ଥାନରେ ଚଢାଉ କରି ବିପୁଳ ପରିମାଣରେ ଗଞ୍ଜେଇ ଜବତ୍ କରିଛି ଜିଲ୍ଲା ଅବକାରୀ...

ଚିକିତ୍ସାଳୟରୁ ନବଜାତ ଶିଶୁ ଚୋରି ଅଭିଯୋଗ, ଥାନାର ଦ୍ୱାରସ୍ଥ ହେଲେ ଦମ୍ପତି

ଉମରକୋଟ, (୨୨/୦୬) : ଆପ୍ର : ଚିକିତ୍ସାଳୟରୁ ନବଜାତ ଶିଶୁ ଚୋରି ଅଭିଯୋଗ । ଥାନାର ଦ୍ୱାରସ୍ଥ ହେଲେ ଦମ୍ପତି । ନବରଙ୍ଗପୁର ଜିଲ୍ଲା ଉମରକୋଟ...

କେନ୍ଦୁଝରରେ ଦନ୍ତା ଆତଙ୍କ, ହାତୀ ଚଳପ୍ରଚଳ କରିବାକୁ ନେଇ ଲୋକେ ଛାନିଆ

ବାଂଶପାଳ, (୨୨/୦୬) : ଆପ୍ର : କେନ୍ଦୁଝରରେ ଦନ୍ତା ଆତଙ୍କ । ଶୁଆକାଟୀ OMC ଖଣି ବାଇପାସ୍ ରାସ୍ତାରେ ହାତୀ ଚଳପ୍ରଚଳ କରିବାକୁ ନେଇ...

ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପୁରୁଷ ବନ୍ଧୁଙ୍କ ନାଁ’ରେ ମାମଲା ରୁଜୁ

ବ୍ରହ୍ମପୁର, (୨୨/୦୬) : ଆପ୍ର : ଗଞ୍ଜାମ ଗୋଳନ୍ଥରା ଥାନା ଗାନ୍ଧୀ କଲେଜରେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଘଟଣାରେ ପୁରୁଷ ବନ୍ଧୁଙ୍କ ନାଁ'ରେ...